ଜଗତସିଂହପୁର: ପରଲୋକରେ ଜଗତସିଂହପୁରର ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ 83 ବର୍ଷ ହୋଇଥିଲା । କିଛିଦିନ ହେବ ସେ ଅସୁସ୍ଥ ଥିବା କୁହାଯାଉଛି । ଗତ ମାର୍ଚ୍ଚ 30ରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ଆଜି ସକାଳ 7ଟାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।
ଓଡ଼ିଆ ରାଜନୀତିରେ ଜଣେ ଅଭିଜ୍ଞ ରାଜନେତା ସହ ଶିକ୍ଷାବିତ ଓ ଅର୍ଥନୈତିଜ୍ଞ ଥିଲେ ତ୍ରିଲୋଚନ । ସେ ତିନିଥର ବିଧାୟକ ହୋଇଥିବା ବେଳେ ଥରେ ବିଜେଡି ଟିକେଟରୁ ଲୋକସଭାକୁ ମଧ୍ୟ ନିର୍ବାଚିତ ହୋଇଥିଲେ । 1971 ଓ 1985 ମସିହାର ବିଧାନସଭା ନିର୍ବାଚନରେ ସେ ଗୋବିନ୍ଦପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ 2 ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । 1974 ମସିହାରେ ସେ କଟକ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ 1999 ମସିହାରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ତ୍ରିଲୋଚନ କାନୁନଗୋ ରାଜ୍ୟ ଅର୍ଥ କମିସନର ଅଧ୍ୟକ୍ଷ ଭାବେ କରିଥିଲେ ।
ଏହା ମଧ୍ୟ ପଢନ୍ତୁ-ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା, ତାଲିକାରେ ଅପରାଜିତା
ତ୍ରିଲୋଚନ କାନୁନଗୋ 1940 ମସିହା ସେପ୍ଟେମ୍ବର ମାସ 12 ତାରିଖରେ କଟକ ଜିଲ୍ଲାର ବଡମୂଳେଇ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରେମାନନ୍ଦ କାନୁନଗୋ ଏବଂ ପତ୍ନୀଙ୍କ ନାମ ଅଗସ୍ତୀ କାନୁନଗୋ । ସେ ବିଜ୍ଞାନରେ ସ୍ନାତକୋତ୍ତର କରିଥିବା ବେଳେ ଓକିଲାତି ପାଠ ପଢ଼ିଥିଲେ । ବିଶିଷ୍ଟ ଶିକ୍ଷାବିତ ଓ ଅର୍ଥନୀତିଜ୍ଞ ଭାବେ ଜାତୀୟସ୍ତରରେ ବେଶ୍ ପରିଚିତ ଥିଲେ କାନୁନଗୋ । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏହି ଖବର ଶୁଣିବା ପରେ ଚାରିଆଡେ ଶୋକର ଛାୟା ଖେଳି ଯାଇଛି । ବିଶିଷ୍ଟ ବ୍ୟକ୍ତି ବିଶେଷ ତ୍ରିଲୋଚନଙ୍କ ଦେହାନ୍ତଙ୍କ ଶୋକ ବ୍ୟକ୍ତ କରିଛନ୍ତି ।
-
ବରିଷ୍ଠ ରାଜନେତା ତଥା ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବା କ୍ଷେତ୍ରରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) April 21, 2023 " class="align-text-top noRightClick twitterSection" data="
">ବରିଷ୍ଠ ରାଜନେତା ତଥା ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବା କ୍ଷେତ୍ରରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) April 21, 2023ବରିଷ୍ଠ ରାଜନେତା ତଥା ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବା କ୍ଷେତ୍ରରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) April 21, 2023
ତ୍ରିଲୋଚନ କାନୁନଗୋଙ୍କ ଦେହାନ୍ତରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି ଯେ, ''ବରିଷ୍ଠ ରାଜନେତା ତଥା ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ ବିଷୟରେ ଜାଣି ମୁଁ ଦୁଃଖିତ । ଜନସେବା କ୍ଷେତ୍ରରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି । ''
ଇଟିଭି ଭାରତ, ଜଗତସିଂହପୁର