ETV Bharat / state

ଉପନିର୍ବାଚନ ପୂର୍ବରୁ ବଦଳିଲେ ଜଗତସିଂହପୁର ଜିଲ୍ଲାପାଳ - ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର

ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି । ଜିଲ୍ଲାପାଳ ସଂଗ୍ରାମ ମହାପାତ୍ରଙ୍କ ସ୍ଥାନରେ ସରୋଜ କୁମାର ମିଶ୍ରଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ବଦଳିଲେ ଜଗତସିଂହପୁର ଜିଲ୍ଲାପାଳ
ବଦଳିଲେ ଜଗତସିଂହପୁର ଜିଲ୍ଲାପାଳ
author img

By

Published : Oct 4, 2020, 10:48 PM IST

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି । ଜିଲ୍ଲାପାଳ ସଂଗ୍ରାମ ମହାପାତ୍ରଙ୍କ ସ୍ଥାନରେ ସରୋଜ କୁମାର ମିଶ୍ରଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି ।

ସୂଚନା ଯୋଗ୍ୟ, ଆସନ୍ତା ନଭେମ୍ବର ମାସରେ ତିର୍ତ୍ତୋଲ ଉପ-ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଜିଲ୍ଲାପାଳ ଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କ ପୈତୃକ ଘର ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶଙ୍ଖେଶ୍ୱର ହୋଇ ଥିବାରୁ ନିର୍ବାଚନ ଅବାଧ ଓ ନିରପେକ୍ଷତାକୁ ନେଇ କଂଗ୍ରେସ ପ୍ରଶ୍ନ ଉଠାଇଥିଲା । ଯାହାକୁ ନେଇ କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ ନିର୍ବାଚନ କମିଶନଙ୍କୁ ଭେଟି ଜିଲ୍ଲାପାଳଙ୍କୁ ହଟାଇବାକୁ ଦାବି କରିଥିଲେ ।

ଆଜି ରାଜ୍ୟ ସରକାର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ବଦଳି କରିବା ସହ ସରୋଜ କୁମାର ମିଶ୍ରଙ୍କୁ ନୂତନ ଜିଲ୍ଲାପାଳ ଭାବରେ ନିଯୁକ୍ତ କରିଛନ୍ତି ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.