ETV Bharat / state

ସମ୍ଭାବ୍ୟ ବାତ୍ୟାକୁ ନେଇ ଜଗତସିଂହପୁରରେ ପ୍ରସ୍ତୁତି - ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତି

ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତି । ଉପକୂଳବର୍ତ୍ତୀ ୭ଟି ଜିଲ୍ଲାକୁ ଆଲର୍ଟ ଜାରି ହୋଇଥିବା ବେଳେ ଜଗତସିଂହପୁରରେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଅଧିକ ପଢନ୍ତୁ

ସମ୍ଭାବ୍ୟ ବାତ୍ୟାୁକୁ ନେଇ ଜଗତସିଂହପୁରରେ ପ୍ରସ୍ତୁତି

author img

By

Published : Oct 20, 2022, 8:13 PM IST

Updated : Oct 20, 2022, 11:06 PM IST

ଜଗତସିଂହପୁର: ବଙ୍ଗୋବସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଜଗତସିଂହପୁର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲାର ସମସ୍ତ ବିଡ଼ିଓ ଓ ତହସିଲଦାରଙ୍କୁ ଆଲର୍ଟ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷ ଭାବରେ ଏରସମା, ଆମ୍ବେକି, ଗଡ଼ ହରିଷପୁର ପାରାଦ୍ୱୀପର ଷଣ୍ଢକୁଦ ଆଦି ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି ।

ସମ୍ଭାବ୍ୟ ବାତ୍ୟାୁକୁ ନେଇ ଜଗତସିଂହପୁରରେ ପ୍ରସ୍ତୁତି

ସେହିଭଳି ପାରାଦ୍ୱୀପ ମତ୍ସ୍ୟ ବିଭାଗ ପକ୍ଷରୁ ମାଛଧରା ବନ୍ଦରରେ ମତ୍ସଜୀବୀ ମାନଙ୍କୁ ସତର୍କ ରହିବାକୁ କୁହାଯିବା ସହ ଆସନ୍ତାକାଲି(ଶୁକ୍ରବାର) ସୁଦ୍ଧା ସମୁଦ୍ର ମଧ୍ୟକୁ ଯାଇଥିବା ମତ୍ସଜୀବୀ ମାନଙ୍କୁ ତୁରନ୍ତ ଫେରି ଆସିବାକୁ କୁହାଯାଇଛି । ମାଛଧରା ବନ୍ଦରରେ ନିଜର ଡଙ୍ଗାକୁ ସୁରକ୍ଷିତ ଭାବରେ ରଖିବାକୁ ମତ୍ସ୍ୟ ବିଭାଗ ପକ୍ଷରୁ ମତ୍ସଜୀବୀ ମାନଙ୍କୁ କୁହାଯାଇଛି । ସେହିପରି ଜିଲ୍ଲାରେ ବାତ୍ୟା ଆଶ୍ରୟ ସ୍ଥଳ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହ ଶୁଖିଲା ଖାଦ୍ୟ, ପଲିଥିନ, କିରୋସିନ ଆଦି ମହଜୁଦ ରଖିବାକୁ ଜିଲ୍ଲାପାଳ ଯୋଗାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ସାମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ ଥିବା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି ।

ଏହା ମଧ୍ୟ ପଢନ୍ତୁ-Cyclone Sitrang: ବାତ୍ୟା ପ୍ରସ୍ତୁତି ନେଇ ଆଜି ସନ୍ଧ୍ୟାରେ ଗୁରୁତ୍ବପୂର୍ଣ୍ଣ ବୈଠକ

ସୂଚନା ଅନୁଯାୟୀ, ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆଜି ଲଘୁଚାପରେ ପରିଣତ ହୋଇଛି । ଏହି ଲଘୁଚାପ କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଆଡ଼କୁ ଗତି କରି ଆସନ୍ତା ୨୨ ତାରିଖ ସକାଳ ସୁଦ୍ଧା ଅବପାତରେ ପରିଣତ ହେବ । ୨୩ ତାରିଖରେ ଗଭୀର ଅବପାତ ଓ ୨୪ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏଥି ସହ ବାତ୍ୟା ଓଡିଶା ଉପକୂଳ ଛୁଇଁ ଚାଲିଯିବ । ବାତ୍ୟାର ଏତେଟା ପ୍ରଭାବ ଓଡିଶା ଉପରେ ନଥିଲେ ମଧ୍ୟ ଉପକୂଳବର୍ତ୍ତୀ ୭ଟି ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି ।

ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯିବା ସହ ସପ୍ତାହ ଯାଏଁ ହେଡକ୍ବାର୍ଟର ନ ଛାଡିବାକୁ କୁହାଯାଇଛି । ଏହାସହିତ ଜିଲ୍ଲାଗୁଡିକରେ ମେଡିସିନ, ପିଇବା ପାଣି, ଡଙ୍ଗା ଆବଶ୍ୟକ ମୁତାବକ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ, କଲେଜ, ସ୍କୁଲ ଓ କଲ୍ୟାଣ ମଣ୍ଡପଗୁଡିକୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି । ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ଏହି ସୂଚନା ଦେଇଥିଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ।

ଇଟିଭି ଭାରତ, ଜଗତସିଂହପୁର

Last Updated : Oct 20, 2022, 11:06 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.