ETV Bharat / state

ଗଣତନ୍ତ୍ରର ମହାପର୍ବ ପାଇଁ କଡା ସୁରକ୍ଷା ମଧ୍ୟରେ ପ୍ରସ୍ତୁତ ଜଗତସିହଂପୁର

ମାତ୍ର କେଇ ଘଣ୍ଟା ପରେ ଆରମ୍ଭ ହେବ ଗଣତନ୍ତ୍ରର ମହାପର୍ବ । ଏନେଇ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ସୁରକ୍ଷା ବ୍ୟବସ୍ଥା ପ୍ରତି ଦିଆଯାଇଛି ସ୍ବତନ୍ତ୍ର ଧ୍ୟାନ ।

author img

By

Published : May 23, 2019, 4:18 AM IST

ଫଟୋ ସୌଜନ୍ୟ: ପ୍ରତିନିଧି, ଜଗତସିଂହପୁର

ଜଗତସିଂପୁର: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ଆରମ୍ଭ ହେବ ଗଣତନ୍ତ୍ରର ମହାପର୍ବର ଶେଷ ପର୍ଯ୍ୟାୟ । ରାତି ପାହିଲେ ଆରମ୍ଭ ହେବ ଭୋଟ ଗଣତି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସ୍ଥାନୀୟ ସ୍ବାମୀ ବିବେକାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟରେ ଭୋଟ ଗଣତି ହେବାର କାର୍ଯ୍ୟକ୍ରମ ଥିବା ବେଳେ ଏନେଇ ଆରମ୍ଭ ହୋଇଛି ପ୍ରସ୍ତୁତି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଜଗତସିଂହପୁର

ସୂଚନା ଅନୁଯାୟୀ ସକାଳ 8ଟାରୁ ଭୋଟ ଗଣତି ଆରମ୍ଭ ହେବାକୁ ଥିବା ଯୋଗୁଁ ବୁଧବାରଠାରୁ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏନେଇ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ 1 କମ୍ପାନୀ ଫୋର୍ସ ଓ ଜିଲ୍ଲାର ସମସ୍ତ ଅଧିକାରୀମାନେ ସୁରକ୍ଷା ଦାୟିତ୍ବରେ ନିୟୋଜିତ ରହିଛନ୍ତି ।

ଅନ୍ୟପଟେ ଗାଡି ପାର୍କିଂ ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୋଟ କାଉଣ୍ଟିଂ କେନ୍ଦ୍ରଠାରୁ 100ମିଟର ଭିତରକୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି । ସୁରକ୍ଷା ଦୃଷ୍ଟିରୁ ତ୍ରିସ୍ତରୀୟ ସୁରକ୍ଷା ବଳୟ ମଧ୍ୟରେ ବ୍ୟାରିକେଟ ନିର୍ମାଣ କରାଯାଇଛି । ଏଥିସହ ଗାଡି ପାର୍କିଂ ଉପରେ କଟକଣା ଲଗାଯାଇ ମହାବିଦ୍ୟାଳୟଠାରୁ 500 ମିଟର ଦୂରରେ ପାର୍କିଂ ବ୍ୟବସ୍ଥା କରାଯାଇଛି ।

ଭୋଟ ଗଣତିକୁ ଶୃଙ୍ଖଳିତ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି ସୂଚନା ଦେଇଛନ୍ତି ଏସ୍‌ପି ସୁଧା ସିଂ ।

ଜଗତସିଂହପୁରରୁ ସୁଶାନ୍ତ ପାତ୍ର, ଇଟିଭି ଭାରତ

Intro:Body:

BLANK

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.