ETV Bharat / state

ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା, ସଜାଗ ପ୍ରଶାସନ - ଜଗତସିଂହପୁର ଖବର

ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଶୁକ୍ରବାର ଜିଲ୍ଲାପାଳ ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ତଳିଆ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ଶନିବାର ଠାରୁ ନେବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି ।

Possible storms in the district, alert administration
ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା, ସଜାଗ ପ୍ରଶାସନ
author img

By

Published : May 16, 2020, 12:17 AM IST

Updated : May 16, 2020, 12:46 PM IST

ଜଗତସିଂହପୁର: ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଶୁକ୍ରବାର ଜିଲ୍ଲାପାଳ ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଆସନ୍ତା 20 ତାରିଖରେ ସମ୍ଭାବ୍ୟ ବାତ୍ୟା ଉପକୂଳ ଛୁଇଁବାର ସମ୍ଭାବନା ଥିବାରୁ ପ୍ରାୟତଃ ବାଲିକୁଦା, ଏରସମା, ପାରାଦ୍ୱୀପ ଓ କୁଜଙ୍ଗ ଅଞ୍ଚଳକୁ ଅତି ସ୍ପର୍ଶକାତର ଅଞ୍ଚଳ ଭାବେ ଚିହ୍ନଟ କରାଯାଇଛି । ଏହି ସବୁ ଅଞ୍ଚଳରୁ 18 ଓ 19 ତାରିଖ ମଧ୍ୟରେ ଲୋକଙ୍କୁ ସ୍ଥାନାନ୍ତରିତ କରାଯିବାକୁ ନିଷ୍ପତ୍ତି ହୋଇଛି । ଏଥିପାଇଁ 542ଟି ସ୍କୁଲ ଗୃହକୁ ଚିହ୍ନଟ କରାଯାଇଛି ।

ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା, ସଜାଗ ପ୍ରଶାସନ

ସେହିଭଳି 42ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳ ମଧ୍ୟ ଚିହ୍ନଟ କରାଯାଇଛି । ତଳିଆ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ଶନିବାର ଠାରୁ ନେବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ପର୍ଯ୍ୟାପ୍ତ ପରିମାଣରେ ପଲିଥିନ ମହଜୁତ ରଖିବାକୁ ଜିଲ୍ଲାର ସମସ୍ତ ତହସିଲଦାର ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା 16 ତାରିଖ ଠାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ଜିଲ୍ଲାର ପାରାଦ୍ୱୀପ ଅଞ୍ଚଳ ଅତି ସ୍ପର୍ଶକାତର ଅଞ୍ଚଳ ଭାବେ ଚିହ୍ନଟ ହୋଇଥିବାରୁ ସେଠାରେ 18ଟି ଆଶ୍ରୟସ୍ଥଳ ଚିହ୍ନଟ କରାଯାଇଛି । 2ଟି ଓଡ୍ରାଫ ଟିମକୁ ମୁତୟନ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ

Last Updated : May 16, 2020, 12:46 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.