ETV Bharat / state

ସଂକଳ୍ପ ସମାବେଶରେ ନବୀନଙ୍କ ଉପରେ ବର୍ଷିଲେ ଶିବରାଜ

ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ବିଜେପିର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ସମାବେଶରେ ବିଜେଡି ଓ କଂଗ୍ରେସ ଉପରେ ବର୍ଷିଛନ୍ତି ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ । ଏକ ସଫଳ ଓଡିଶା ଗଠନ କରିବାରେ ନବୀନ ବିଫଳ ହୋଇଥିବା ସେ କହିଥିଲେ ।

author img

By

Published : Apr 2, 2019, 11:13 PM IST

ଫଟୋ ସୌଜନ୍ୟ: ପ୍ରତିନିଧି, ଜଗତସିଂହପୁର

ଜଗତସିଂହପୁର: ନିର୍ବାଚନୀ ପ୍ରଚାର ପାଇଁ ଜଣକ ପରେ ଜଣେ ବିଜେପିର ହେଭିୱେଟ ନେତା ଓଡିଶା ମୈଦାନରେ ପାଦ ଦେଉଛନ୍ତି । ପ୍ରଥମେ ଅମିତ ଶାହ ଓଡିଶା ଆସି ବିଜେପି ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର କରିଥିବାବେଳେ ମଙ୍ଗଳବାର କଳାହାଣ୍ଡି ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ରାଜ୍ୟ ସରକାର ଓ କଂଗ୍ରେସ ଉପରେ ବର୍ଷିଛନ୍ତି । ଏହି କ୍ରମରେ ମଙ୍ଗଳବାର ମଧ୍ୟ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଉପସଭାପତି ଶିବରାଜ ସିଂ ଚୌହ୍ୱାନ ଓଡିଶା ଗସ୍ତରେ ଆସିଥିଲେ ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଜଗତସିଂହପୁର

ଗସ୍ତ ସମୟରେ ଜଗତସିଂହପୁର ଜିଲ୍ଲାରେ ଅନୁଷ୍ଠିତ ବିଜେପିର ବିଜୟ ସଂକଳ୍ପ ସମାବେଶରେ ସେଯୋଗ ଦେଇଥିଲେ । ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରେଢୁଆ ହାଟ ପଡିଆରେ ଏହି ସମାବେଶ ଅନୁଷ୍ଠିତ ହୋଇଥିଲା । ଆୟୋଜିତ ସମାବେଶରେ ଶିବରାଜ ଦଳର ସ୍ଥାନୀୟ ବିଜେପି ବିଧାୟକ ପ୍ରାର୍ଥୀ ରମାକାନ୍ତ ଭୋଇଙ୍କ ପାଇଁ ପ୍ରଚାର କରିଥିଲେ।

ଏହା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି ତାଙ୍କ ବିରୋଧରେ ବିଷ ଓଗାଳିଥିଲେ । କଳାହାଣ୍ଡି କୁନ୍ଦୁଲି ଦୁଷ୍କର୍ମ, କୋରାପୁଟ ଅନାହାର ମୃତ୍ୟୁ, ଚାଷୀ ଆତ୍ମହତ୍ୟା ଆଦି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେଶିବରାଜ। ଖାଲି ସେତିକି ନୁହେଁ ନବୀନ ସରକାରଙ୍କୁ ପିସି ସରକାର କହିବା ସହିତ ଦୀର୍ଘ 19 ବର୍ଷ ମଧ୍ୟରେ ଏକ ସଫଳ ଓଡିଶା ଗଠନ କରିବାରେ ସେ ବିଫଳ ହୋଇଥିବା ନେଇ କଟାକ୍ଷକରିଥିଲେ ।

ଜଗତସିଂହପୁରରୁ ସୁଶାନ୍ତ ପାତ୍ର, ଇଟିଭି ଭାରତ

Intro:Body:

ସୁନ୍ଦରଗଡ ବିଜେପି ଲୋକସଭା ପ୍ରାର୍ଥୀ ଜୁଏଲ ଓରାମଙ୍କୁ ପାଞ୍ଚଟି ପ୍ରଶ୍ନ

ରାଉରକେଲା: ସୁନ୍ଦରଗଡରେ ଚଳିତ ନିର୍ବାଚନରେ ହେବ ଜୋରଦାର ଲଢେଇ। ମଇଦାନରେ ଅଛନ୍ତି ୩ ଦଳର ୩ ପୁରୁଖା ନେତା। କେନ୍ଦ୍ରମନ୍ତ୍ରୀ ତଥା ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ,  ବିଜେଡିର ସୁନୀତା ବିଶ୍ୱାଳ ଓ କଂଗ୍ରେସର ଜର୍ଜ ତିର୍କୀଙ୍କ ମଧ୍ୟରେ ହେବ ଘମାଘୋଟ ଲଢେଇ। ତେବେ ନାମାଙ୍କନ ଦାଖଲ ପରେ ଏବେ ଚାଲିଛି ଜୋରଦାର ପ୍ରଚାର। 

କେଉଁ ମୁଦ୍ଦା ନେଇ ଭୋଟରଙ୍କ ନିକଟତର ହେବେ ପ୍ରାର୍ଥୀ ସେନେଇ ଚାଲିଛି ମାନସ ମନ୍ଥନ। କାରଣ ଯେଉଁ ପ୍ରାର୍ଥୀ ଜିତିବା ପରେ ଜନସାଧାରଣଙ୍କ ସହ ଛିଡା ହେବ ସେମିତି ମୁହଁ ବାଛିବେ ଜନତା। 

ତେବେ ଏନେଇ ଆମ ଅଭିଯାନ 'ପାଞ୍ଚଟି ପ୍ରଶ୍ନ ନେତାଙ୍କୁ' ନେଇ ଆଜି ଆମେ ଭେଟିଥିଲୁ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସୁନ୍ଦରଗଡ ଲୋକସଭା ପ୍ରାର୍ଥୀ ଜୁଏଲ ଓରାମଙ୍କୁ।

ବିଜୟୀ ହେଲେ ରାଜ୍ୟ ସରକାର କରିନଥିବା କାମକୁ ସମ୍ପୂର୍ଣ୍ଣ କରିବେ ବୋଲି କହିଛନ୍ତି ଜୁଏଲ। ଯେଉଁଠି ରାଜ୍ୟ ସରକାର କେନ୍ଦ୍ରର ଅନୁଦାନକୁ ଖର୍ଚ୍ଚ କରିନପାରି ସମାଲୋଚନା କରୁଛନ୍ତି ତାହାକୁ ସଠିକ ବାଟରେ ଖର୍ଚ୍ଚ କରିବା ସହ ଜନସାଧାରଣଙ୍କ ସେବାରେ ଲଗାଇବେ ବୋଲି ସେ କହିଛନ୍ତି। 

ରାଉରକେଲାରୁ ରାଜେନ୍ଦ୍ରନାଥ ମିଶ୍ର, ଇଟିଭି ଭାରତ

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.