ଜଗତସିଂହପୁର: ସ୍ତ୍ରୀ ଓ ଝିଅଙ୍କୁ ହତ୍ୟା ପରେ ଆତ୍ମହତ୍ୟା କଲେ ବ୍ୟକ୍ତି । ଜଗତସିଂହପୁର ଯୋତ ଚାନ୍ଦପାଟଣା ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁଯାୟୀ, ପାରିବାରିକ କଳହରୁ ଲୋକନାଥ ପାଳ ନାମକ ଜଣେ ବ୍ୟକ୍ତି ନିଜ ଝିଅ ଓ ସ୍ତ୍ରୀକୁ ଆକ୍ରମଣ କରି ନିଜେ ଆତ୍ମହତ୍ୟା କରିଥିଲେ । ଘଟଣାସ୍ଥଳରେ ଝିଅ ମୃତ୍ୟୁବରଣ କରିଥିବାବେଳେ ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଜଗତସିଂହପୁର ମୁଖ୍ୟଚିକିତ୍ସାଳୟ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା ।
ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଘଟଣାସ୍ଥଳରେ ପୋଲିସ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଜଗତସିଂହପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ