ETV Bharat / state

ଆସନ୍ତା ଜାନୁୟାରୀରେ 'ଯଯାତି ମହୋତ୍ସବ', ଦୁଲୁକିବ ଯାଜପୁର - jajpur collector meeting for jajati 2019 programme

ଅଷ୍ଟମତମ ଯାଜପୁର ଜିଲ୍ଲା ମହୋତ୍ସବ ‘ଯଯାତି ମହୋତ୍ସବ ୨୦୧୯’ ର ପ୍ରସ୍ତୁତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଜିଲ୍ଲା ପ୍ରଶାସନ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗତ ଶୁକ୍ରବାର ଯାଜପୁର ଡିଆରଡିଏ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଯାଜପୁର
author img

By

Published : Oct 19, 2019, 12:03 PM IST

ଯାଜପୁର: ଅଷ୍ଟମତମ ଯାଜପୁର ଜିଲ୍ଲା ମହୋତ୍ସବ ‘ଯଯାତି ମହୋତ୍ସବ ୨୦୧୯’ ର ପ୍ରସ୍ତୁତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗତ ଶୁକ୍ରବାର ଯାଜପୁର ଡିଆରଡିଏ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଯାଜପୁର

ଜିଲ୍ଲାପାଳ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ଯଯାତି ମହୋତ୍ସବ' ୫ ଦିନ ଧରି ବାଳାଶ୍ରମ ପଡିଆରେ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି । ଏହି ଅବସରରେ ସ୍ମରଣିକା ପାଇଁ ଉକୃଷ୍ଟ ଲେଖା ଉପରେ ଗୁରୁତ୍ବାରୋପ କରିବା ସହିତ ଚିରସ୍ଥାୟୀ ପୁସ୍ତକ ଆକାରରେ ପ୍ରକାଶନ ନିମନ୍ତେ ସୂଚନା ଦିଆଯାଇଛି ।

ତେବେ ‘ଯଯାତି ମହୋତ୍ସବ ୨୦୧୯’ ଡିସେମ୍ବର ପରିବର୍ତ୍ତେ ଆସନ୍ତା ଜାନୁୟାରୀ ମାସରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ତେବେ ଏହି ମହୋତ୍ସବରେ ଓରମାସ୍ ପକ୍ଷରୁ ପଲ୍ଲିଶ୍ରୀ ମେଳା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଯାଜପୁରର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷଙ୍କୁ ସମ୍ମାନୀତ କରାଯିବ ।

ତେବେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣୀ ନାୟକ, ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ଧଳ, ଜିଲା ସଂସ୍କୃତି ଅଧିକାରୀ ସନ୍ତୋଷ କୁମାର ସେଠୀ ପ୍ରମୁଖ ଏହି ସମ୍ମିଳନୀରେ ଯୋଗ ଦେଇଥିଲେ ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

Intro:Body:

BLANK FOR LINK 

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.