ଯାଜପୁର: ଜିଲ୍ଲାର ଦଶରଥପୁର ବ୍ଳକରେ ଅଘଟଣ । ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବା ଫଳରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଇଜାପୁର ଗାଁର ଶଶିକାନ୍ତ ସାହୁ ।
ସୂଚନା ମୁତାବକ, ସେ ନିଜ ବିଲରେ କାମ କରୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା ।
ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ