ଯାଜପୁର: ଜିଲ୍ଲାର କୋରେଇ ଥାନା ଅଧିନସ୍ଥ ରଗଡି ଛକ ନିକଟରେ ଘଟି ଯାଇଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ନିୟନ୍ତ୍ରଣ ହରାଇ ଏକ କାର୍ ସାମ୍ନାରୁ ବସ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 15ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁଯାୟୀ, ରାଇରଙ୍ଗପୁରରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ହେମେନ୍ ନାମକ ଯାତ୍ରୀବାହୀ ବସ୍କୁ ରଗଡି ଛକ ନିକଟରେ ସାମ୍ନା ପଟୁ ଆସୁଥିବା ଏକ କାର୍ ନିୟନ୍ତ୍ରଣ ହରାଇ ଧକ୍କା ଦେଇଥିଲା । ଭାରସାମ୍ୟ ହରାଇ ବସ୍ଟି ଓଲଟି ପଡିଥିଲା । ଫଳରେ ବସ୍ରେ ଥିବା 15 ଜଣ ଯାତ୍ରୀ ଆହତ ହୋଇଥିଲେ । ସମସ୍ତ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ 5ଜଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଅନ୍ୟପଟେ ମୃତ କାର୍ ଡ୍ରାଇଭରଙ୍କ ପରିଚୟ ମିଳି ପାରି ନାହିଁ । ଖବର ପାଇ କୋରେଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରଛି ।
ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ