ETV Bharat / state

ଆକ୍ରୋଶ ଦିବସ ପାଳିଲା ଯୁବ କଂଗ୍ରେସ

author img

By

Published : May 20, 2022, 9:33 AM IST

ଯାଜପୁର ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଆକ୍ରୋଶ ଦିବସ ପାଳିତ । ବିକ୍ଷୋଭ ପ୍ରଦର୍ଶନ ସହିତ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତଳିକା ଦାହ । ଅଧିକ ପଢ଼ନ୍ତୁ

ଯୁବ କଂଗ୍ରେସ ପକ୍ଷରୁ ଆକ୍ରୋଶ ଦିବସ ପାଳିତ ।
ଯୁବ କଂଗ୍ରେସ ପକ୍ଷରୁ ଆକ୍ରୋଶ ଦିବସ ପାଳିତ ।

ଯାଜପୁର: ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରୋଶ ଦିବସ ପାଳନ କରାଯାଇଛି । ଜିଲ୍ଲା ଯୁବ କଂଗ୍ରେସ ସଭାପତି ସନ୍ତୋଷ ବେହେରାଙ୍କ ନେତୃତ୍ବରେ ଶତାଧିକ କର୍ମୀ ମା' ବିରଜାଙ୍କ ନିକଟରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ଏହାପରେ ଗାନ୍ଧୀ ଛକଠାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୁବନୀତି ମାରଣ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତଳିକା ଦାହ କରିଥିଲେ ।

ଏହି ଅବସରରେ ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି ଦେବା ସହିତ ବୃଦ୍ଧି ପାଉଥିବା ବେକାରୀ ଓ ଦୁର୍ନୀତି ପ୍ରସଙ୍ଗରେ ଆଗକୁ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ ସଭାପତି ମନୋଜ ରାଉତଙ୍କ ସମେତ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା ।

ଯାଯପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.