ETV Bharat / state

ନିଜ ପରେ ଏବେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗୁଛନ୍ତି ସମ୍ବିତ - jajpur

ବିଧାନସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ହୋଇଥିବା ଗୌତମ ରାୟଙ୍କ ପ୍ରଚାରର ମଙ୍ଗ ଧରିଛନ୍ତି ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଯାଜପୁର
author img

By

Published : Apr 28, 2019, 1:54 AM IST

ଯାଜପୁର: ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନୀ ପ୍ରଚାର । ଯାଜପୁର ଜିଲ୍ଲାରେ ହେଭିୱେଟ ନେତାଙ୍କ ପ୍ରଚାରରେ କମ୍ପୁଛି ଗାଁ ଠୁ ସହର । ଯାଜପୁର ବିଧାନସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ହୋଇଥିବା ଗୌତମ ରାୟଙ୍କ ପ୍ରଚାରର ମଙ୍ଗ ଧରିଛନ୍ତି ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଯାଜପୁର

ଏହା ମଧ୍ୟ ପଢ଼ନ୍ତୁ: ଶ୍ରୀକ୍ଷେତ୍ରରେ ନିର୍ବାଚନ ସାରି ତୁଳସୀକ୍ଷେତ୍ରରେ ସମ୍ବିତଙ୍କ ପ୍ରଚାର

ଶନିବାର ପୂର୍ବାହ୍ଣରେ ସମ୍ବିତ ନାଥସାହି ପଞ୍ଚାୟତର ନୂଆପଡାଠାରେ ହେଲିକ୍ୟାପ୍ଟରରୁ ଓହ୍ଲାଇ ରୋଡ ସୋ'ରେ ସାମିଲ ହୋଇଥିଲେ । ରାଜ୍ୟ ସରକାରଙ୍କ ବିଫଳତା ଓ କେନ୍ଦ୍ର ସରକାରଙ୍କ ସଫଳତାକୁ ପ୍ରସଙ୍ଗ କରି ଲୋକଙ୍କୁ ବିଜେପି ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ନିବେଦନ କରିଥିଲେ । ଏହି ରୋଡ ସୋ' ନୂଆପଡାଠାରୁ ବାହାରି ମା' ବିରଜା ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା । ଯେଉଁଥିରେ ସାମିଲ ହୋଇଥିଲେ ନିର୍ବାଚନ ମଣ୍ଡଳୀର ହଜାର ହଜାର କର୍ମୀ ଓ ସମର୍ଥକ ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

Intro:Body:Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.