ଯାଜପୁର:ଜାନୁଆରୀ 8ରୁ ଜିଲ୍ଲାରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । ଗତ 29 ତାରିଖରୁ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା' ବିରଜାଙ୍କ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲା ଯାଇଥିବାବେଳେ ଆସନ୍ତା 8ରୁ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ନିର୍ଦ୍ଦେଶ ଦିଆଯାଇଛି । ଫଳରେ ଶ୍ରଦ୍ଧାଳୁଙ୍କ ମନରେ ଆନନ୍ଦର ଲହରି ଖେଳି ଯାଇଛି ।
ତେବେ ମା' ବିରଜାଙ୍କୁ ଦର୍ଶନ ସମୟରେ କିଛି ପରିବର୍ତ୍ତନ କରାଯାଇଛି । ବର୍ତ୍ତମାନ ଭକ୍ତମାନେ ସକାଳ ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ଦର୍ଶନ କରିପାରିବେ ବୋଲି ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ।
ଯାଜପୁରରୁ ଜ୍ଞାନରଞ୍ଜନ ଓଝା,ଇଟିଭି ଭାରତ