ETV Bharat / state

ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ବିଜେପିର ବିକ୍ଷୋଭ ଓ ପ୍ରତିବାଦ ସଭା

author img

By

Published : Apr 2, 2021, 3:59 PM IST

ଯାଜପୁର ଜିଲ୍ଲା ଧର୍ମଶାଳା ଅଞ୍ଚଳର ସୂଚନାଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କ ଗାଡିକୁ ବୋମାମାଡ ଘଟଣାରେ ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ବିଜେପି ଧର୍ମଶାଳା ଥାନା ଘେରାଉ କରିଛି । ଅଧିକ ପଢନ୍ତୁ...

ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ବିଜେପିର ବିକ୍ଷୋଭ ଓ ପ୍ରତିବାଦ ସଭା
ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ବିଜେପିର ବିକ୍ଷୋଭ ଓ ପ୍ରତିବାଦ ସଭା

ଯାଜପୁର: ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ବିଜେପିର ଧର୍ମଶାଳା ଥାନା ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ ସଭା । ଯାଜପୁର ଜିଲ୍ଲା ଧର୍ମଶାଳା ଅଞ୍ଚଳର ସୂଚନାଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କ ଗାଡିକୁ ବୋମାମାଡ ଘଟଣାରେ ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ବିଜେପି ଧର୍ମଶାଳା ଥାନା ଘେରାଉ କରିଛି ।

ଗତ ୨୭ ତାରିଖ ଦିନ ସର୍ବେଶ୍ଵର ତାଙ୍କ ୨ ଜଣ ସହଯୋଗୀ ଇମାମନଗର ଗ୍ରାମକୁ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେଇ ଘରକୁ ଫେରୁଥିଲେ । ସେହି ସମୟରେ ୨ ଜଣ ଦୁର୍ବୃତ୍ତ ବୋମା ମାଡ଼ କରି ଫେରାର ହୋଇଯାଇଥିଲେ। ବୋମାମାଡରେ ସର୍ବେଶ୍ଵର ଗୁରୁତର ଆହତ ହୋଇଥିବା ବେଳେ ତାଙ୍କର ଜଣେ ସହଯୋଗୀ ମଧ୍ୟ ଆହତ ହୋଇଥିଲେ ।

ଘଟଣାକୁ ୭ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ଏହି ଘଟଣାରେ ଦୁର୍ବୃତ୍ତଙ୍କୁ ଗିରଫ କରିବାରେ ବିଫଳ ହୋଇଛି । ଏହାର ପ୍ରତିବାଦରେ ଧର୍ମଶାଳା ବିଜେପି ପକ୍ଷରୁ ଶୁକ୍ରବାର ଶତାଧିକ କର୍ମୀ ଏକ ଶୋଭାଯାତ୍ରାରେ ଆସି ଧର୍ମଶାଳା ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଖୁବଶୀଘ୍ର ଘଟଣାରେ ସଂପୃକ୍ତ ଅଭିଯୁକ୍ତ ମାନଙ୍କୁ ଗିରଫ କରାନଗଲେ ଦଳ ଆନ୍ଦୋଳନକୁ ଆହୁରି ବ୍ୟାପକ କରିବ ବୋଲି ଚେତାବନୀ ଦେଇଛି।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.