ETV Bharat / state

ମୁଖ୍ୟ ଶାସନ ସଚିବଙ୍କ ଯାଜପୁର ଗସ୍ତ, ନାନା ପ୍ରକଳ୍ପର କଲେ ସମୀକ୍ଷା

author img

By

Published : Mar 7, 2021, 3:40 PM IST

Updated : Mar 7, 2021, 5:26 PM IST

ଦିନିକିଆ ଯାଜପୁର ଗସ୍ତରେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ବିଭିନ୍ନ ବିକାଶମୂଳକ କାର୍ଯ୍ୟର କଲେ ସମୀକ୍ଷା । ଅଧିକ ପଢନ୍ତୁ...

ମୁଖ୍ୟ ଶାସନ ସଚିବଙ୍କ ଯାଜପୁର ଗସ୍ତ, ନାନା ପ୍ରକଳ୍ପର କଲେ ସମୀକ୍ଷା
ମୁଖ୍ୟ ଶାସନ ସଚିବଙ୍କ ଯାଜପୁର ଗସ୍ତ, ନାନା ପ୍ରକଳ୍ପର କଲେ ସମୀକ୍ଷା

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାର ବିକାଶକୁ ତ୍ୱରାନ୍ୱିତ କରୁଛନ୍ତି ରାଜ୍ୟ ସରକାର । ଏନେଇ ଦିନିକିଆ ଯାଜପୁର ଗସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ବିଭିନ୍ନ ମେଗା ପ୍ରକଳ୍ପଗୁଡ଼ିକର ସମୀକ୍ଷା କରାଯିବା ସହ ତାହାର ସୁଫଳ ଲୋକମାନଙ୍କୁ ଯଥାଶୀଘ୍ର ମିଳିବା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟ ସଚିବ ।

ଯାଜପୁର ଜିଲ୍ଲା ଆସି ମୁଖ୍ୟ ସଚିବ ଯାଜପୁରର ଅଧିଷ୍ଟାତ୍ରୀ ଦେବୀ ମା’ ବିରଜାଙ୍କୁ ଦର୍ଶନ କରିଛନ୍ତି । ପରେ ମନ୍ଦିର ଚତୁଃପାର୍ଶ୍ବ ପରିଦର୍ଶନ କରିବା ସହ ମନ୍ଦିରର ଉନ୍ନୟନ ପାଇଁ ୬ କୋଟି ୫୦ ଲକ୍ଷ ଟଙ୍କାର ବ୍ୟବସ୍ଥା କରାଯାଇଛି ବୋଲି ସୁରେଶ ସୂଚନା ଦେଇଛନ୍ତି । ମା’ଙ୍କ ମନ୍ଦିରର ଉନ୍ନୟନ ଓ ଉନ୍ନତିକରଣ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ମୁଖ୍ୟ ଶାସନ ସଚିବ ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । ପରେ କୁସୁମା ପୋଖରୀ ପରିଦର୍ଶନ ସହ ତାହାର ଉନ୍ନତିକରଣ ପାଇଁ ବିଭିନ୍ନ ପରାମର୍ଶ ଦେଇଛନ୍ତି । ଏହାସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସମ୍ପ୍ରସାରିତ ନିର୍ମାଣ କାର୍ଯ୍ୟକୁ ପରିଦର୍ଶନ କରିବା ସହ ପ୍ରକଳ୍ପ ସାରିବାକୁ ଧାର୍ଯ୍ୟ ହୋଇଥିବା ଦେଢ଼ ବର୍ଷ ସମୟ ସୀମା ମଧ୍ୟରେ ଏହା ଯେପରି ଲୋକଙ୍କ ସେବାରେ ଲାଗେ ସେ ସମ୍ପର୍କରେ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ପରେ ଜିଲ୍ଲା ସ୍କୁଲର ସ୍ମାର୍ଟ କ୍ଲାସକୁ ମୁଖ୍ୟ ଶାସନ ସଚିବ ଅନୁଧ୍ୟାନ କରିବା ସହ ଶିକ୍ଷାଦାନ ପଦ୍ଧତି ସମ୍ପର୍କରେ ଆଲୋଚନା କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଓ ହେବାକୁ ଥିବା ବିଭିନ୍ନ ମେଗା ପ୍ରକଳ୍ପ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିଛନ୍ତି । ଯାଜପୁର ଟାଉନ୍‌, ବ୍ୟାସନଗର, କଳିଙ୍ଗନଗର ଓ ଜିଲ୍ଲାର ଅନ୍ୟାନ୍ୟ ଅଞ୍ଚଳଗୁଡ଼ିକର ଉନ୍ନୟନ ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନାଗୁଡ଼ିକୁ ସେ ଅନୁଧ୍ୟାନ କରିଛନ୍ତି । ଏହାକୁ ଆଗାମୀ ଦିନରେ କାର୍ଯ୍ୟକାରୀ କରାଯିବ ଏବଂ ଏହାକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଛନ୍ତି ।

ସେହିପରି ଡ଼ିଏମ୍‌ଏଫ୍ ଓ ଓମ୍ବାର୍ଡ଼ସି ସହାୟତାରେ ଚାଲୁଥିବା କାର୍ଯ୍ୟ ଓ ପ୍ରସ୍ତୁତ ହୋଇଥିବା ଯୋଜନା କାର୍ଯ୍ୟକୁ ମଧ୍ୟ ସୁରେଶ ସମୀକ୍ଷା କରିଛନ୍ତି । ଜିଲ୍ଲାର ବିକାଶ ଓ ଉନ୍ନୟନ କାର୍ଯ୍ୟ ଅଗ୍ରାଧିକାର ଭିତ୍ତିରେ କରାଯାଉଛି । ୪୦ ଏକର ଜମିରେ ପ୍ରଶାସନିକ ଭବନ ନିର୍ମାଣ ହେଉଛି । ସମସ୍ତ ସ୍କୁଲର ପିଲାମାନେ ଯେପରି ବେଷ୍ଟ ଏଜୁକେଶନ ପାଇପାରିବେ ତାହାପ୍ରତି ମଧ୍ୟ ଧ୍ୟାନ ଦିଆଯାଉଛି । ଜୀବିକା ମିଶନ ମାଧ୍ୟମରେ ଲୋକମାନଙ୍କୁ କର୍ମନିଯୁକ୍ତି ମଧ୍ୟ ଯୋଗାଇ ଦିଆଯାଉଛି ବୋଲି ସୁରେଶ ସୂଚନା ଦେଇଛନ୍ତି । ବ୍ୟାସନଗର ଓ କଳିଙ୍ଗ ନଗରରେ ମଧ୍ୟ ଏକାଧିକ ପ୍ରକଳ୍ପ ଚାଲୁ ରହିଛି । ଆଗକୁ ଏହାର ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନ୍ ପ୍ରସ୍ତୁତ ହୋଇଛି ବୋଲି ମୁଖ୍ୟ ସଚିବ କହିବା ସହ ସଠିପୁର, ବ୍ୟାସନଗର ଓ କଳିଙ୍ଗନଗର ଇତ୍ୟାଦି ଅଞ୍ଚଳକୁ କ୍ଷେତ୍ର ପରିଦର୍ଶନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚକ୍ରବର୍ତ୍ତି ସିଂ ରାଠୋର, ଆଇଏଏସ୍ ପ୍ରୋବେସନର ସଚିନ୍ ପାୱାର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଅକ୍ଷୟ କୁମାର ମଲିକ, ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି, ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ମହାପାତ୍ର ପ୍ରମୁଖ ଏହି ଗସ୍ତ ସମୟରେ ଉପସ୍ଥିତ ଥିଲେ । ଜିଲ୍ଲାପାଳ ପାୱାର ପଏଣ୍ଟ ପ୍ରେଜେଣ୍ଟେସନ୍ ମାଧ୍ୟମରେ ଯାଜପୁରରେ କାର୍ଯ୍ୟକାରୀ ହେଉଥିବା ଓ ହେବାକୁ ଥିବା ଯୋଜନାଗୁଡ଼ିକର ନୀଳ ନକ୍ସା ପ୍ରଦର୍ଶନ କରିଥିଲେ ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା ଓ ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Mar 7, 2021, 5:26 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.