ଯାଜପୁର: କୃଷକ ମାନଙ୍କ ବିଭିନ୍ନ ସମସ୍ୟା ସମାଧାନ ଦାବିରେ ଯାଜପୁର ଜିଲ୍ଲାପାଳ ଅଫିସ ସମ୍ମୁଖରେ ମା' ବିରଜା କୃଷକ ସଂଘ ପକ୍ଷରୁ ଗଣବିକ୍ଷୋଭ କରାଯିବା ସହିତ ଧାରଣା ଦିଆଯାଇଥିଲା ।
ଗତ ବନ୍ୟାରେ ଜିଲ୍ଲାର ଚାଷୀମାନେ କ୍ଷତିଗ୍ରସ୍ତ ହୋଇଥିଲେ ହେଁ ଆଜି ପର୍ଯ୍ୟନ୍ତ ସେମାନଙ୍କୁ କୌଣସି ପ୍ରକାର ସରକାରୀ ସହାୟତା ମିଳିପାରିନାହିଁ । ଚାଷୀମାନଙ୍କ ଉତ୍ପାଦିତ ସାମଗ୍ରୀର ଉଚିତ୍ ମୂଲ୍ୟ ପ୍ରଦାନ କରିବା ସହିତ ଠିକଣା ସମୟରେ ସାର ଓ ବିହନ ଯୋଗାଇଦେବା ଆଦି ଦାବିରେ ଏହି ଗଣଧାରଣା ଦିଆଯାଇଥିଲା ।
ଏନେଇ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା । ଦାବି ଶୀଘ୍ର ପୁରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଚେତାବନୀ ଦିଆଯାଇଛି ।
ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ