ETV Bharat / state

ମାସ୍କ କିଣାରେ ଦୁର୍ନୀତି ଅଭିଯୋଗ, ଜିଲ୍ଲାପାଳ ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

ଯାଜପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳ ଅଫିସ ସମ୍ମୁଖରେ ମାସ୍କ, ପିପିଇ କିଟ କିଣାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ କରି ପ୍ରତିବାଦ କରାଯାଇଥିଲା । ସମ୍ପୃକ୍ତ ଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହିତ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲା କଂଗ୍ରେସ । ଅଧିକ ପଢନ୍ତୁ...

jajpur congress protest infront of collector office
ମାସ୍କ କିଣାରେ ଦୁର୍ନୀତି ଅଭିଯୋଗ, ଜିଲ୍ଲାପାଳ ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ
author img

By

Published : Jun 11, 2020, 4:38 PM IST

ଯାଜପୁର: କୋରୋନା ଯୁଦ୍ଧ ନାଁରେ ରାଜ୍ୟବ୍ୟାପୀ କୋଟି କୋଟି ଟଙ୍କା ହଡପ କରାଯାଇଥିବା ଅଭିଯୋଗ ଆଣିଛି କଂଗ୍ରେସ । ଏନେଇ ମଙ୍ଗଳବାର ଯାଜପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳ ଅଫିସ ସମ୍ମୁଖରେ ମାସ୍କ ଓ ପିପିଇ କିଟ ଆଦି କିଣାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ କରି ପ୍ରତିବାଦ କରାଯାଇଥିଲା । ଜିଲ୍ଲା କଂଗ୍ରେସ ସଭାପତି ମନୋଜ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରତିବାଦ ସଭାରେ ଅନେକ କଂଗ୍ରେସ କର୍ମୀ ଯୋଗ ଦେଇ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ନିନ୍ଦା କରିଥିଲେ ।

ମାସ୍କ କିଣାରେ ଦୁର୍ନୀତି ଅଭିଯୋଗ, ଜିଲ୍ଲାପାଳ ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

ଏଥିସହ ମାସ୍କ କିଣାରେ ହୋଇଥିବା ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହିତ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ । ଏହି ମର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ଯାଜପୁର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.