ETV Bharat / state

କୁମାର ପୂର୍ଣ୍ଣିମା: ଯାଜପୁର ରସୁଲପୁର ଗାଁରେ କଇଁଫୁଲର କୋଠି - Kumar purnima

କୁମାର ପୂର୍ଣ୍ଣିମାର ଠିକ ପୂର୍ବରାତ୍ରିରେ କୁମାରୀମାନେ ଗାଁର ଅଗଣାରେ ତିଆରି କରିଥାନ୍ତି ବିରାଟ ବିରାଟ କୋଠି । କୌଣସି ରଙ୍ଗ କିମ୍ବା କାଳିରେ ନୁହେଁ କେବଳ କଇଁ ଫୁଲରେ ତିଆରି କରିଥାନ୍ତି ଏହି କୋଠି ।

କୁମାର ପୂର୍ଣ୍ଣିମା ପାଇଁ ଯାଜପୁର ରସୁଲପୁର ଗାଁରେ କଇଁଫୁଲର କୋଠି
କୁମାର ପୂର୍ଣ୍ଣିମା ପାଇଁ ଯାଜପୁର ରସୁଲପୁର ଗାଁରେ କଇଁଫୁଲର କୋଠିକୁମାର ପୂର୍ଣ୍ଣିମା ପାଇଁ ଯାଜପୁର ରସୁଲପୁର ଗାଁରେ କଇଁଫୁଲର କୋଠି
author img

By

Published : Oct 31, 2020, 8:05 PM IST

ଯାଜପୁର: କୁମାର ପୂର୍ଣ୍ଣିମା ଆସିଲେ ଯାଜପୁର ଜିଲ୍ଲା ରସୁଲପୁର ବ୍ଲକର ସଦାନନ୍ଦପୁର ଗାଁ ହୋଇ ଉଠେ ଚଳଚଂଚଳ । ସାତ ଦିନ ପୂର୍ବରୁ ପ୍ରତ୍ୟେକ ନିଜ ନିଜ ଚଉଁରା ମୂଳେ ତିଆରି କରିଥାନ୍ତି କଇଁଫୁଲର କୋଠି । ଆଉ କୁମାର ପୂର୍ଣ୍ଣିମାର ଠିକ ପୂର୍ବରାତ୍ରିରେ କୁମାରୀମାନେ ଗାଁର ଅଗଣାରେ ତିଆରି କରିଥାନ୍ତି ବିରାଟ ବିରାଟ କୋଠି । କୌଣସି ରଙ୍ଗ କିମ୍ବା କାଳିରେ ନୁହେଁ, କେବଳ କଇଁ ଫୁଲରେ ତିଆରି କରିଥାନ୍ତି ଏହି କୋଠି ।

କୁମାର ପୂର୍ଣ୍ଣିମା ପାଇଁ ଯାଜପୁର ରସୁଲପୁର ଗାଁରେ କଇଁଫୁଲର କୋଠି

ଯାହାକୁ କେହି ନିଜ ଆଖିରେ ନ ଦେଖିଲେ ବିଶ୍ୱାସ କରିହେବ ନାହିଁ । ବର୍ଷ ବର୍ଷ ଧରି ଏହି କୋଠି ପୂଜା ପରମ୍ପରା ଚାଲିଆସୁଛି ଏହି ଗାଁରେ । ଏଭଳି କୋଠି ପୂଜା କଲେ କଇଁ ଫୁଲ ଓ ଚନ୍ଦ୍ରଙ୍କ ମଧ୍ୟରେ ଥିବା ପ୍ରେମ ଓ ଭଲପାଇବା ଭଳି ବିବାହ ପରେ ପତି ପରମେଶ୍ୱରଙ୍କ ସଂପର୍କ ରହିବ ବୋଲି ବିଶ୍ୱାସ ରହିଛି । ତେବେ ଚଳିତ ବର୍ଷ କରୋନା ପାଇଁ ଏହି ଉତ୍ସବକୁ ନିରାଡମ୍ବର ଭାବେ ଗାଁର କୁମାରୀମାନେ ପାଳିଛନ୍ତି ।

ସଦାନନ୍ଦପୁର ଗାଁରେ ଚାଲିଆସିଥିବା ଏହି କୋଠି ପୂଜା ପରମ୍ପରାକୁ ସ୍ୱର୍ଗତ ସପନେଶ୍ୱର ମହାନ୍ତି ଆରମ୍ଭ କରିଥିଲେ । ଧିରେ ଧିରେ ଏହି କୋଠି ପରମ୍ପରା ଅନ୍ୟ ଗାଁକୁ ବ୍ୟାପୁଥିବା ଲକ୍ଷ୍ୟ କରାଯାଉଛି । ଏହି କୋଠି ଆଙ୍କିବା ପାଇଁ ପରିବାରର ସମସ୍ତ ସଦସ୍ୟ ସାମିଲ ହୋଇଥାନ୍ତି । ପରେ ବୃନ୍ଦାବତୀଙ୍କ ନିକଟରେ କୁମାରୀ ମାନେ ଭୋଗ କରିଥାନ୍ତି । ଯାହାକୁ ଦେଖିବା ପାଇଁ ଆଖପାଖ ଗାଁରୁ ଛୁଟି ଆସନ୍ତି ଶହ ଶହ ଦର୍ଶକ । ଆଉ ସଦାନନ୍ଦପୁର ଗାଁ ହୋଇଯାଏ ଉତ୍ସବ ମୁଖର ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.