ଯାଜପୁର: ଦାନଗଦୀ ଅଞ୍ଚଳରେ ଗଛ ମୂଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର ହେବା ଘଟଣା । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସଦସ୍ୟମାନେ ସୋମବାର ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଶିଶୁଟିକୁ ଉଦ୍ଧାର କରି ଜିଲ୍ଲା ଶିଶୁ ମଙ୍ଗଳ କମିଟିରେ ହାଜର କରିଛନ୍ତି । ତେବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁଟିର ଆଉ ଥରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ତାକୁ ବାଳାଶ୍ରମରେ ରଖାଯିବ ।
ପରେ ଏହି ଶିଶୁପୁତ୍ରକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବା ପାଇଁ ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି ଶିଶୁ ସୁରକ୍ଷା ୟୁନିଟ୍ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ଶିଶୁଟିର ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡିଛି । ସେପଟେ ଏନେଇ ଦାନଗଦୀ ଫାଣ୍ଡିରେ ଏକ ଲିଖିତ ଅଭିଯୋଗ କରାଯାଇଛି । ଘଟଣା ଅନୁଯାୟୀ ଗତକାଲି ଦାନଗଦୀ ବଜାର ନିକଟରେ ଥିବା ଏକ ଗଛ ମୂଳରୁ ଶିଶୁଟିକୁ ଉଦ୍ଧାର କରାଯାଇଥିଲା । ପରେ ତାର ଚିକିତ୍ସା ପାଇଁ ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।
ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ