ଯାଜପୁର: ଜିଲ୍ଲା ଦାନଗଦି ଅଞ୍ଚଳରେ ଗଛ ମୂଳରୁ ନବଜାତ ଶିଶୁପୁତ୍ର ଉଦ୍ଧାର ହେବା ଘଟଣା । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସଦସ୍ୟମାନେ ଆଜି ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଶିଶୁଟିକୁ ଉଦ୍ଧାର କରି ଜିଲ୍ଲା ଶିଶୁ ମଙ୍ଗଳ କମିଟିରେ ହାଜର କରିଛନ୍ତି ।
ତେବେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁଟିର ଆଉ ଥରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ତାକୁ ବାଳାଶ୍ରମରେ ରଖାଯିବ। ପରେ ଏହି ଶିଶୁପୁତ୍ରକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବା ପାଇଁ ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି ଶିଶୁ ସୁରକ୍ଷା ୟୁନିଟ୍ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବର୍ତ୍ତମାନ ଶିଶୁଟିର ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡିଛି ।
ସେପଟେ ଏନେଇ ଦାନଗଦି ଫାଣ୍ଡିରେ ଏକ ଲିଖିତ ଅଭିଯୋଗ କରାଯାଇଛି। ଘଟଣା ଅନୁଯାୟୀ ଗତକାଲି ଦାନଗଦି ବଜାର ନିକଟରେ ଥିବା ଏକ ଗଛ ମୂଳରୁ ଶିଶୁଟିକୁ ଉଦ୍ଧାର କରାଯାଇଥିଲା । ପରେ ତାର ଚିକିତ୍ସା ପାଇଁ ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।
ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ