ଯାଜପୁର: ସୋମବାର ଜିଲ୍ଲାରେ ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘର ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଛି । ଏହି ସଭାରେ ବିଦ୍ୟୁତ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରାଯାଇଥିବା ସୂଚନା ମିଳିଛି ।
ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘର ସାଧାରଣ ସଭା ବିଜୁ ଶ୍ରମିକ ସାମୁଖ୍ୟର କାର୍ଯ୍ୟକାରୀ ସଭାପତି ରାଜୀବ ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ବିଦ୍ୟୁତ୍ କର୍ମଚାରୀଙ୍କର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା ହୋଇଥିଲା ଏବଂ ସମସ୍ୟା ସଂପର୍କରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ସମାଧାନ କରାଯିବାକୁ ନିଷ୍ପତ୍ତି ହୋଇଛି । ଏହି କାର୍ଯ୍ୟକ୍ରମରେ ପୂର୍ବତନ ପୌରପାଳକ ଭବପ୍ରସାଦ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବିଭିନ୍ନ ସଂପର୍କରେ ଆଲୋଚନା ସମୟରେ ବିଦ୍ୟୁତ କର୍ମଚାରୀଙ୍କୁ ସେମାନଙ୍କର କାର୍ଯ୍ୟ ପାଇଁ ପ୍ରଶଂସା କରିଥିଲେ ।
ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ