ଯାଜପୁର: ନୟାଗଡର ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡରେ ଦିନକୁ ଦିନ ବିବାଦ ତେଜିବା ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ଆନ୍ଦୋଳନ କରାଯାଉଛି । ଗୁରୁବାର ଜିଲ୍ଲାରେ ବିଜେପିର ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।
ବିଜେପି ନେତା ପ୍ରସନ୍ନ ସାମଲଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ କଳିଙ୍ଗନଗର ଅତିରିକ୍ତ ଜିଲାପାଳଙ୍କ ମାଧ୍ୟମରେ ରାଜ୍ୟପାଳଙ୍କୁ ଦାବୀପତ୍ର ପ୍ରଦାନ କରି ପରୀ ହତ୍ୟାକାଣ୍ଡର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଦାବି କରିଛନ୍ତି । ଏହି ଘଟଣାର ତଦନ୍ତ ପାଇଁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଦଳ ନୟାଗଡ ପଠାଇବା ପାଇଁ ମଧ୍ୟ ଅନୁରୋଧ କରାଯାଇଛି । ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି ପତ୍ରରେ ଦର୍ଶାଯାଇଛି ।
ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ