ଯାଜପୁର: ଡିଆରଡିଏ ସମ୍ମିଳନୀ କକ୍ଷରେ ପଞ୍ଚାୟତରାଜ ବିଭାଗର ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଏହି ବୈଠକରେ ଜିଲ୍ଲାପାଳ ରଞ୍ଜନ କୁମାର ଦାସ ଅଧ୍ୟକ୍ଷତା କରି ସଧାରଣ ଲୋକଙ୍କ ପାଇଁ ସରକାର ବିଭିନ୍ନ ଜନକଲ୍ୟାଣ ଯୋଜନା ପ୍ରଣୟନ କରିଛନ୍ତି । ଏହା ଯେପରି ସେମାନଙ୍କ ଆର୍ଥିକ ମାନଦଣ୍ଡକୁ ସମୃଦ୍ଧ କରିବା ସହ ମୌଳିକ ସୁବିଧା ଯୋଗାଇବାରେ ସହାୟକ ହୁଏ ସେଥିପ୍ରତି ଉତ୍ତରଦାୟୀ ଭାବେ କାମକରିବାକୁ ସେ ପରାମର୍ଶ ଦେଇଥିଲେ ।
ଏହି ଅବସରରେ ଡିଆରଡିଏ ପ୍ରକଲ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣୀ ନାୟକ, ପଞ୍ଚାୟତ ଅଧିକାରୀ ଅଶୋକ କୁମାର ସେଠୀ ପ୍ରମୁଖ ଯୋଗ ଦେଇ ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ ।
ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ