ETV Bharat / state

ଯାଜପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା, ଦଳୀୟ କର୍ମୀଙ୍କୁ ଦେଲେ ଗୁରୁମନ୍ତ୍ର - କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା

ଦୁଇ ଦିନିଆ ଯାଜପୁର ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା । ବିଭିନ୍ନ ସ୍ଥାନରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେଇ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଦଳୀୟ ନେତା ଓ କର୍ମୀଙ୍କୁ ଦେଲେ ଗୁରୁମନ୍ତ୍ର । ଅଧିକ ପଢ଼ନ୍ତୁ

ଯାଜପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା

author img

By

Published : Mar 26, 2023, 3:45 PM IST

ଯାଜପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା

ଯାଜପୁର: ଦୁଇ ଦିନିଆ ଯାଜପୁର ଜିଲ୍ଲା ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା । ଗତକାଲି (ଶନିବାର) ସେ ଯାଜପୁର ସଂସ୍କୃତି ଭବନ ପରିସରରେ ଏକ ଦଳୀୟ କାର୍ଯ୍ୟକ୍ରମରେ ସାମିଲ ହୋଇ ଦଳୀୟ ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି । ରାଜ୍ୟ ସରକାରଙ୍କ ବିଫଳତା ଓ କେନ୍ଦ୍ର ସରକାରଙ୍କ ସଫଳତା ପ୍ରସଙ୍ଗକୁ ଘରେ ଘରେ ପହଞ୍ଚାଇବାକୁ ଦଳୀୟ ନେତା ଓ କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ।

ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛନ୍ତି ସମସ୍ତ ରାଜନୈତିକ ଦଳ । ବିଭିନ୍ନ ଜିଲ୍ଲା ଗସ୍ତ କରି ନିଜେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦ୍‌ଘାଟନ କରି ନିର୍ବାଚନୀ ମୈଦାନକୁ କରୁଥିବା ବେଳେ ବିଜେପିର ପ୍ରବାସ ଯୋଜନାରେ କେନ୍ଦ୍ରମନ୍ତ୍ରୀ ମାନେ ଘନ ଘନ ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ସରକାରଙ୍କ ସଫଳତା ଲୋକଙ୍କ ପାଖରେ ପହଞ୍ଚାଇବା ସହ ଓ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରୁଛନ୍ତି । ଏହି ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ଦୁଇ ଦିନିଆ ଯାଜପୁର ଜିଲ୍ଲା ଗସ୍ତରେ ଆସିଛନ୍ତି । ଯାଜପୁର ସଂସ୍କୃତି ଭବନ ପରିସରରେ ବିଜେପି ଜିଲ୍ଲା ସଭାପତି ଗୌତମ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଯୋଗ ଦେଇ ଆଗାମୀ ନିର୍ବାଚନ ନେଇ ଦଳୀୟ ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ।

ଏହି ଦଳୀୟ ବୈଠକରେ ବିଭିନ୍ନ ନିର୍ବାଚନ ମଣ୍ଡଳୀର ବିଧାୟକ ଓ ସାଂସଦ ପ୍ରାର୍ଥୀ ଉପସ୍ଥିତ ରହି ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ଘୋଷଣା କରିଥିଲେ । ସେପଟେ ରାଜ୍ୟରେ ଦଳିତଙ୍କୁ ସରକାରୀ ଯୋଜନାର ଲାଭ ମିଳୁନଥିବା ଅଭିଯୋଗ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଆଜି ସକାଳେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ବିଞ୍ଝାରପୁର ଜରି ଗ୍ରାମର ବିଚିତ୍ର ମଳିକଙ୍କ ଘରେ ଜଳପାନ କରିବା ଅବସରରେ ଏହି ମନ୍ତବ୍ୟ ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ଦଳିତ ଓ ପଛୁଆ ବର୍ଗଙ୍କୁ ସାମିଲ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ପରେ ସ୍ଥାନୀୟ ଦଳିତ ପରିବାରଙ୍କ ସହ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିଥିଲେ କେନ୍ଦ୍ରମନ୍ତ୍ରୀ ।

ତେବେ ସମସ୍ତ କେନ୍ଦ୍ର ଯୋଜନା ଦଳିତ ପରିବାରକୁ ମିଳୁନଥିବା ଅଭିଯୋଗ କରିଥିଲେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା । ଏହି ପରିବାର ବର୍ଗଙ୍କୁ ପାତର ଅନ୍ତର ନକରିବା ସହ ସମସ୍ତ ସରକାରୀ ସୁବିଧା ଯୋଗାଇଦେବା ପାଇଁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ସିଂହପୁର ନାହାକାଣୀ କଲ୍ୟାଣୀ ମଣ୍ଡପରେ ଏକ ଦଳୀୟ କାର୍ଯ୍ୟକ୍ରମରେ ସାମିଲ ହୋଇ ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି । ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ବବିତା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଦଳୀୟ ବୈଠକରେ ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀର ବିଧାୟକ ଓ ସାଂସଦ ପ୍ରାର୍ଥୀ ଉପସ୍ଥିତ ରହିଥିଲେ । ଶେଷରେ ଆଜି ଦିନ ୧୦ଟା ସମୟରେ ଜିଲ୍ଲା ବିଜେପି ପକ୍ଷରୁ ବରୁଣ୍ଡେଇ କଲ୍ୟାଣ ମଣ୍ଡପରେ ଆୟୋଜିତ ପ୍ରଧାନମନ୍ତ୍ରୀଙ୍କ ମନ୍‌ କି ବାତ କାର୍ଯ୍ୟକ୍ରମରେ ଯୋଗଦେଇ ସାଧାରଣ ଲୋକଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମନ୍‌ କି ବାତ ଶୁଣିଲେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ।

ଇଟିଭି ଭାରତ, ଯାଜପୁର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.