ଯାଜପୁର: ରେଳ ଧାରଣାରୁ ମହିଳାଙ୍କ ମୃତଦେହ ଉଦ୍ଧାର। ଯାଜପୁର ଜିଲ୍ଲା 20 ନମ୍ବର ଜାତୀୟ ରାଜପଥ ତେନ୍ତୁଳିଖୁଣ୍ଟା ନିକଟ ରେଲୱେ ଓଭରବ୍ରିଜ ତଳୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି ।
ସୂଚନାନୁସାରେ, ଗତକାଲି ବିଳମ୍ବିତ ରାତିରେ ରେଳ ଧାରଣାରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ରେଲୱେ ପୋଲିସ । ମହିଳାଙ୍କ ମୁଣ୍ଡଟି ଶରୀରରୁ ସମ୍ପୂର୍ଣ୍ଣ ଅଲଗା ହୋଇଯାଇଛି । ମହିଳାଜଣଙ୍କ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ତେବେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିନାହିଁ ।
ପୋଲିସ ମହିଳାଙ୍କ ମୃତଦେହ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ପୋଲିସର ତଦନ୍ତ ପରେ ହିଁ ପ୍ରକୃତ ଘଟଣା ଜଣାପଡିବ ।
ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ