ETV Bharat / state

World Soil Day: ଯାଜପୁରରେ ବିଶ୍ବ ମୃତ୍ତିକା ଦିବସ ପାଳିତ

ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳନ କରାଯାଇଛି । କୃଷି ବିଭାଗର ଆତ୍ମା ସମ୍ମିଳନୀ କକ୍ଷରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଅଧିକ ପଢ଼ନ୍ତୁ

ଯାଜପୁରରେ ବିଶ୍ବ ମୃତ୍ତିକା ଦିବସ ପାଳିତ ହୋଇଛି

author img

By

Published : Dec 5, 2021, 5:04 PM IST

ଯାଜପୁର: ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳନ କରାଯାଇଛି । କୃଷି ବିଭାଗର ଆତ୍ମା ସମ୍ମିଳନୀ କକ୍ଷରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଜିଲ୍ଲା ପରିଷଦ ସଭାପତି ନରେଶ ଚନ୍ଦ୍ର ମହାନ୍ତି ଏଥିରେ ଯୋଗ ଦେଇ କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅକ୍ଷୟ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ମୃତ୍ତିକାର ଯତ୍ନ ଜୈବିକ ସାର ପ୍ରୟୋଗ ସମ୍ପର୍କରେ ଏହି କାର୍ଯ୍ୟକ୍ରମରେ ଆଲୋଚନା କରାଯାଇଥିଲା । ଜିଲ୍ଲା ଉଦ୍ୟାନ ବିଭାଗ ଅଧିକାରୀ, ସୂଚନା ଲୋକ ସମ୍ପର୍କ ଅଧିକାରୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ମାଟିର ସୁରକ୍ଷା ଉପରେ ଆଲୋକପାତ କରିଛନ୍ତି ।

ଯାଜପୁରରେ ବିଶ୍ବ ମୃତ୍ତିକା ଦିବସ ପାଳିତ ହୋଇଛି

ଏହି ଅବସରରେ ଜିଲ୍ଲାର ବିଭିନ୍ନ ବ୍ଳକ୍‌ର ୨୦ ଜଣ ଚାଷୀଙ୍କୁ ମୃତ୍ତିକା ସ୍ୱାସ୍ଥ୍ୟ ପରୀକ୍ଷା କାର୍ଡ ପ୍ରଦାନ କରାଯାଇଥିଲା । ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଅଜୟ କୁମାର ସେନାପତିଙ୍କ ସଭାପତିତ୍ବରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.