ETV Bharat / state

ଝାରସୁଗୁଡ଼ା ଜିଲ୍ଲା ପରିଷଦର ପ୍ରଥମ ବୈଠକ ଅନୁଷ୍ଠିତ - ଝାରସୁଗୁଡ଼ା ଜିଲ୍ଲା ପରିଷଦ

ଝାରସୁଗୁଡ଼ା ଜିଲ୍ଲା ପରିଷଦର ପ୍ରଥମ ବୈଠକ ଅନୁଷ୍ଠିତ । ଏଥିରେ ୨୦୨୨-୨୩ ବର୍ଷ ପାଇଁ ବିଭିନ୍ନ ଯୋଜନାରେ ଚଳିତ ଜୁନ୍ ମାସ ସୁଦ୍ଧା ଧାର୍ଯ୍ୟ ଲକ୍ଷ୍ୟର ବସ୍ତୁଗତ ଓ ଆର୍ଥିକ ସଫଳତା ସମ୍ପର୍କରେ ଆଲୋଚନା ହୋଇଥିଲା । ଅଧିକ ପଢ଼ନ୍ତୁ

ଝାରସୁଗୁଡ଼ା ଜିଲ୍ଲା ପରିଷଦର ପ୍ରଥମ ବୈଠକ ଅନୁଷ୍ଠିତ

author img

By

Published : Jun 18, 2022, 9:54 PM IST

ଝାରସୁଗୁଡ଼ା: ଜିଲ୍ଲା ପରିଷଦର ୨୦୨୨-୨୩ ବର୍ଷର ପ୍ରଥମ ବୈଠକ ଅନୁଷ୍ଠିତ । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଦଭାବନା ଗୃହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ତୁଳାବତୀ ମିଞ୍ଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବରଗଡ଼ ସାଂସଦ ସୁରେଶ ପୂଜାରୀ, ବ୍ରଜରାଜନଗର ବିଧାୟିକା ଅଳକା ମହାନ୍ତି, ଜିଲ୍ଲାପାଳ ସରୋଜ କୁମାର ସାମଲ, ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝୀ, ଜିଲ୍ଲା ପରିଷଦ ସଭ୍ୟ ଓ ସଭ୍ୟାମାନଙ୍କ ସହିତ ବିଭାଗୀୟ ଅଧିକାରୀମାନେ ଅଂଶ ଗ୍ରହଣ କରିଥିଲେ ।

ବୈଠକରେ ୨୦୨୨-୨୩ ବର୍ଷ ପାଇଁ ବିଭିନ୍ନ ଯୋଜନାରେ ଚଳିତ ଜୁନ୍ ମାସ ସୁଦ୍ଧା ଧାର୍ଯ୍ୟ ଲକ୍ଷ୍ୟର ବସ୍ତୁଗତ ଓ ଆର୍ଥିକ ସଫଳତା ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏଥିରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କର ବିଭିନ୍ନ ଲୋକାଭିମୂଖୀ ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କ ଗୃହ ନିର୍ମାଣ, ପାଇପ ଯୋଗେ ଜିଲ୍ଲାର ପ୍ରତି ଘରକୁ ପାନୀୟ ଜଳ ଯୋଗାଣ ସମ୍ପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା । ଧାର୍ଯ୍ୟ ସମୟ ମଧ୍ୟରେ ଯୋଜନାଗୁଡିକର ସଫଳ ରୂପାୟନ ଉପରେ ବୈଠକରେ ଗୁରୁତ୍ବାରୋପ କରାଯାଇଛି । ଶେଷରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

ଇଟିଭି ଭାରତ, ଝାରସୁଗୁଡ଼ା

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.