ETV Bharat / state

Kalia Money: ଝାରସୁଗୁଡ଼ା ଚାଷୀଙ୍କୁ ଖରିଫ-୨୦୨୩ କାଳିଆ ସହାୟତା

author img

By

Published : May 29, 2023, 10:03 PM IST

ଝାରସୁଗୁଡ଼ା ଜିଲ୍ଲାର ଚାଷୀଙ୍କୁ ପ୍ରଦାନ କରାଗଲା ୨୦୨୩ ଖରିଫ ଫସଲ ଋତୁ ପାଇଁ କାଳିଆ ସହାୟତା । ୭ କୋଟି ୩୭ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର କାଳିଆ ସହାୟତା ରାଶି ପ୍ରଦାନ କରାଯାଇଛି । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ଝାରସୁଗୁଡ଼ା ଜିଲ୍ଲାର ଚାଷୀଙ୍କୁ ୨୦୨୩ ଖରିଫ ଫସଲ ଋତୁ ପାଇଁ କାଳିଆ ସହାୟତା ରାଶି ପ୍ରଦାନ କରାଯାଇଛି । ଜିଲ୍ଲାର ୩୬,୨୪୯ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୨୪୬ ଜଣ ଭୂମିହୀନ କୃଷି ପରିବାରଙ୍କୁ ୨୦୨୩ ଖରିଫ ଫସଲ ଋତୁ ପାଇଁ ସହାୟତା ରାଶି ପ୍ରଦାନ କରାଯାଇଛି । ୭ କୋଟି ୩୭ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର କାଳିଆ ସହାୟତା ରାଶି ପ୍ରଦାନ କରାଯାଇଛି । ଡିବିଟି ମାଧ୍ୟମରେ ଏହି ରାଶି ପ୍ରଦାନ ହୋଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଗତ ଏପ୍ରିଲ ପହିଲା ଓଡ଼ିଶା ଦିବସରେ କାଳିଆ ସହାୟତା ରାଶି ପ୍ରଦାନ କରାଯାଇଥିଲା । ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାର ଚାଷୀଙ୍କୁ ସହାୟତା ମିଳିଥିଲା । ୪୨ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଓ ୪୯ ହଜାରରୁ ଅଧିକ ଭୂମିହୀନ କୃଷି ପରିବାରକୁ ୨୦୨୩ ଖରିଫ ଫସଲ ଋତୁ ପାଇଁ ୮୭୭ କୋଟିରୁ ଊର୍ଦ୍ଧ୍ବ ଟଙ୍କାର କାଳିଆ ସହାୟତା ରାଶି ପ୍ରଦାନ କରାଯାଇଥିଲା । ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପ୍ରକ୍ରିୟା ଚାଲୁ ରହିଥିବା ପରିପ୍ରେକ୍ଷୀରେ କାଳିଆ ସହାୟତା ରାଶି ଝାରସୁଗୁଡ଼ା ଜିଲ୍ଲାର କାଳିଆ ହିତାଧିକାରୀ କୃଷକମାନଙ୍କୁ ଦିଆଯାଇ ନଥିଲା । ଇତି ମଧ୍ୟରେ ଝାରସୁଗୁଡ଼ାର ଉପନିର୍ବାଚନ ପ୍ରକ୍ରିୟା ସମାପ୍ତ ହୋଇଥିବାରୁ ଉପରୋକ୍ତ କାଳିଆ ସହାୟତା ରାଶି ପ୍ରଦାନ କରାଯାଇଛି ।

ଏହା ବି ପଢନ୍ତୁ- Mo Ghara Scheme: ଘୋଷଣା ସର୍ବସ୍ବ ସରକାର କହିଲା ବିଜେପି, କଂଗ୍ରେସ କହିଲା ନିର୍ବାଚନୀ ଥୋପ

କାଳିଆ ଯୋଜନାରେ ଚାଷୀଙ୍କୁ ପ୍ରତି ଫସଲ ଋତୁ ପ୍ରାରମ୍ଭରେ ନଗଦ ଅର୍ଥ ଆକାରରେ ସହାୟତା ଦିଆଯାଇଥାଏ । ଯାହାକି ଚାଷୀ ଭାଇଭଉଣୀଙ୍କୁ କୃଷିକାର୍ଯ୍ୟ ପାଇଁ ପ୍ରାଥମିକ ମୂଳଧନ ଭଳି ସାହାଯ୍ୟ କରିଥାଏ । ଏହା କ୍ଷୁଦ୍ର ଓ ନାମମାତ୍ର ଚାଷୀ ଓ ଭୂମିହୀନ କୃଷି ଶ୍ରମିକ ପରିବାରର ଆୟବୃଦ୍ଧି କରିବା ସହିତ ସାମାଜିକ ଓ ଅର୍ଥନୈତିକ ବିକାଶରେ ସହାୟକ ହୋଇଥାଏ । କାଳିଆ ହିତାଧିକାରୀ ଚାଷୀମାନେ ଏହି ଯୋଜନାରେ ସହାୟତା ରାଶି ପ୍ରାପ୍ତି ପରେ ଆଉ ବେସରକାରୀ ଅର୍ଥ ଲଗାଣକାରୀ ସଂସ୍ଥା କିମ୍ବା ଗାଁ ସାହୁକାରଙ୍କଠାରୁ ଉଚ୍ଚ ସୁଧହାରରେ ହାତଉଧାରୀ ଋଣ ଆବଶ୍ୟକ କରୁନାହାନ୍ତି ।

ଏହି ସହାୟତା ରାଶି ଚାଷୀମାନଙ୍କୁ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟଜନିତ ଫସଲ କ୍ଷତିକୁ ସାମ୍ନା କରିବା ପାଇଁ ମନରେ ଦମ୍ଭ ଆଣି ଦେଇଛି । କାଳିଆ ଯୋଜନାରେ ଭୂମିହୀନ କୃଷି ପରିବାରଙ୍କୁ ଜୀବିକା ସହାୟତା ଲାଗି ତିନୋଟି କିସ୍ତିରେ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଉଛି । ଗତ ୨୦୨୨-୨୩ ରବି ଋତୁ ସୁଦ୍ଧା ରାଜ୍ୟର ୪୧ ଲକ୍ଷରୁ ଊର୍ଦ୍ଧ୍ବ କ୍ଷୁଦ୍ର ଓ ନାମମାତ୍ର ଚାଷୀ ହିତାଧିକାରୀଙ୍କ ପରିବାରକୁ ମୋଟ ୮ଟି କିସ୍ତିରେ ସମୁଦାୟ ୨୨ ହଜାର ଟଙ୍କାର କାଳିଆ ସହାୟତା ରାଶି ଯୋଗାଇ ଦିଆଯାଇଥିଲା ।

ସେହିଭଳି ୧୮ ଲକ୍ଷରୁ ଊର୍ଦ୍ଧ୍ବ ଭୂମିହୀନ କୃଷି ଶ୍ରମିକ ପରିବାରକୁ ବିଭିନ୍ନ କିସ୍ତିରେ ୧୨ ହଜାର ୫୦୦ ଟଙ୍କା ଲେଖାଏଁ ଜୀବିକା ସହାୟତା ରାଶି ପ୍ରଦାନ କରାଯାଇଛି । ସେହିପରି କାଳିଆ ହିତାଧିକାରୀ ପିଲାଙ୍କୁ ସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକରେ ବୈଷୟିକ ଏବଂ ବୃତ୍ତିଗତ ଶିକ୍ଷା ଲାଗି କାଳିଆ ଛାତ୍ରବୃତ୍ତି ୨୦୨୧-୨୨ ଶିକ୍ଷାବର୍ଷଠାରୁ ପ୍ରଦାନ କରାଯାଉଛି । ୨୦୨୨-୨୩ ଶିକ୍ଷାବର୍ଷରେ ୧୦୭୪ ଜଣ କାଳିଆ ହିତାଧିକାରୀ ପିଲାମାନଙ୍କୁ କାଳିଆ ଛାତ୍ରବୃତ୍ତି ବାବଦରେ ସମୁଦାୟ ୨.୬ କୋଟି ଟଙ୍କା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.