ଝାରସୁଗୁଡା: ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ ବିଜେପି ନେତା କୁଳମଣି ବରାଳ ଏବଂ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଅତି ନୃଶଂସ ଭାବରେ ହତ୍ୟା କରାଯାଇଛି । ଏହାର ପ୍ରତିବାଦରେ ବିଜେପି ଜିଲ୍ଲା ସଭାପତି ମଙ୍ଗଳ ସାହୁଙ୍କ ନେତୃତ୍ବରେ ଝାରସୁଗୁଡା ଏସପି କାର୍ଯ୍ୟାଳୟ ଘେରାଉ କରିବା ସହ ବିକ୍ଷୋଭ କରାଯାଇଛି ।
ଏହାସହିତ ମନ୍ତ୍ରୀ ପ୍ରତାପ ଜେନାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି । ଦୁଇଜଣ ବିଜେପି କର୍ମୀଙ୍କ ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ହାତ ରହିଛି ବୋଲି ବିଜେପି ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ ଅଭିଯୋଗ କରିଛନ୍ତି । ଏହି ଘଟଣାରେ ମନ୍ତ୍ରୀଙ୍କୁ ତୁରଫ ଗିରଫ ସହ ବହିଷ୍କାର କରିବା ପାଇଁ ଝାରସୁଗୁଡା ଏସପିଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନିକଟରେ ଦାବିପତ୍ର ପ୍ରଦାନ କରାଯାଇଛି ।
ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ