ଝାରସୁଗୁଡା: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହାର କିଛିଦିନ ପୂର୍ବରୁ ବିଜେପି ‘ସେବା ସପ୍ତାହ’ କାର୍ଯ୍ୟକ୍ରମ ଆରମ୍ଭ କରିଛି। ସେପ୍ଟେମ୍ବର ୧୪ରୁ ସେପ୍ଟେମ୍ବର ୨୦ ପର୍ଯ୍ୟନ୍ତ ଏହି ‘ସେବା ସପ୍ତାହ’ ଭାବେ ପାଳନ କରାଯାଉଛି।
ଚଳିତ ସପ୍ତାହରେ ଦେଶବ୍ୟାପୀ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏନେଇ ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଝାରସୁଗୁଡ଼ା ରେଳ ଷ୍ଟେସନ ପରିସରକୁ ଝାଡ଼ୁ ମାରି ସଫା କରିଛନ୍ତି।
ଏହି ଅବସରରେ ଝାରସୁଗୁଡ଼ା ଜିଲ୍ଲା ବିଜେପିର ନେତ୍ରୀ ତଥା ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ସହ ଝାରସୁଗୁଡ଼ା ବିଜେପିର ବହୁ ଦଳୀୟ କର୍ମୀ ଉପସ୍ଥିତ ରହିଥିଲେ। ଏହାସହ ସମଗ୍ର ଜିଲ୍ଲାକୁ ପ୍ଲାଷ୍ଟିକ ମୁକ୍ତ ଓ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଉପରେ ଜୋର ଦେବା ସହ ପ୍ଲାଷ୍ଟିକ ବ୍ୟବହାର ନକରିବାକୁ ଆହ୍ବାନ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ।
ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ