ଭବାନୀପାଟଣା: ଦିନକୁ ଦିନ ବଢିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗୁରୁବାର ଜିଲ୍ଲାରୁ ୧୦୭ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୯୮କୁ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୧୨୦୬ ଜଣ ସୁସ୍ଥ ହୋଇ ହୋଇଥିବା ବେଳେ ୧ ହଜାର ୨୦୬ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି ।
ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୦୦ ପାର କରିଥିବା ବେଳେ ଗୋଟିଏ ଦିନରେ ୧୦୭ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।
କଳାହାଣ୍ଡିରୁ ଅଜିତ ସିଂ,ଇଟିଭି ଭାରତ