ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଦିନକୁ ଦିନ କୋରୋନା ସଂକ୍ରମିତଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ଜିଲ୍ଲାରେ ୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୁରୁବାର ଚିହ୍ନଟ ହୋଇଥିବା ୬୫ ସହ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୧୯୩୪ ରେ ପହଞ୍ଚିଛି । କଳାହାଣ୍ଡି ଜିଲ୍ଲାରେ ଆଜି ସୁଦ୍ଧା ୧୮୦ ଜଣ କୋଭିଡ ଯୋଦ୍ଧା କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରେ ପୋଲିସ ବିଭାଗର ୮୩ ଜଣ କୋଭିଡ ଯୋଦ୍ଧା ଓ ସ୍ୱାସ୍ଥ୍ୟ ବିଭାଗର ୭୬ କୋଭିଡ ଯୋଦ୍ଧା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ତେବେ ଚିହ୍ନଟ ହୋଇଥିବା ୧୮୦ କୋଭିଡ ଯୋଦ୍ଧା ମଧ୍ୟରୁ ଚିକିତ୍ସା ପରେ ୧୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୯ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଆଜି ସୁଦ୍ଧା ଜିଲ୍ଲାରେ କୋରୋନା ସଂକ୍ରମଣରେ ତିନିଜଣ କୋଭିଡ ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି । ଭବାନୀପାଟଣା ସହରରେ ବୃଦ୍ଧି ପାଉଥିବା ପଜିଟିଭ ସଂଖ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟ କର୍ମୀ ମାନେ ସହରର ଘରକୁ ଘର ଯାଇ ସର୍ଭେ ଓ ସ୍କ୍ରିନିଂ ପ୍ରକ୍ରିୟା ଜାରି ରଖିଛନ୍ତି ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ