ETV Bharat / state

କଳାହାଣ୍ଡିରେ ପୁଣି 2 କୋରୋନା ଆକ୍ରାନ୍ତ ଚିହ୍ନଟ

author img

By

Published : Jun 11, 2020, 12:09 PM IST

ଗୁରୁବାର କଳାହାଣ୍ଡି ଜିଲ୍ଲାର ନର୍ଲା ବ୍ଲକ ଅଞ୍ଚଳରୁ ୨ ଜଣ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 38ରେ ପହଁଚିଛି ।

corona
କଳାହାଣ୍ଡିରେ ପୁଣି ଦୁଇ କୋରୋନା ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା: ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାମ ନେଉନାହିଁ । ଏହି କ୍ରମରେ ଗୁରୁବାର କଳାହାଣ୍ଡି ଜିଲ୍ଲାର ନର୍ଲା ବ୍ଲକ ଅଞ୍ଚଳରୁ ୨ ଜଣ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 38ରେ ପହଁଚିଛି । ଏକ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ ମହାରାଷ୍ଟ୍ର ଫେରନ୍ତା ୨ ଜଣ ମହିଳା କୋରୋନା ପଜେଟିଭ ଚିହ୍ନଟ ହୋଇଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ମହାରାଷ୍ଟରୁ ଫେରିବା ପରେ 2 ମହିଳାଙ୍କର ସ୍ୱାବ ନମୁନା ସଂଗ୍ରହ କରି କୋରୋନା ପରୀକ୍ଷା ପାଇଁ ପଠାଯାଇଥିଲା। ଯେଉଁଥିରେ ସେମାନେ କୋରୋନା ଆକ୍ରାନ୍ତ ଥିବା ଜଣାପଡିଛି ।

ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୩୮ ଜଣ କୋରୋନା ଆକ୍ରାନ୍ତ ଥିବାବେଳେ ସେମାନଙ୍କ ମଧ୍ୟରୁ ୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥିସହ ୧୮ ଜଣ ଆକ୍ରାନ୍ତ ଆକ୍ଟିଭ ଥିବା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି।

ପ୍ରକାଶ ଥାଉକି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ 3386 କୋରୋନା ଆକ୍ରାନ୍ତ ରହିଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 2282 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେସୁଦ୍ଧା ରାଜ୍ୟରେ 10 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.