ETV Bharat / state

କଳାହାଣ୍ଡିରେ ଆଜି 24 କୋରୋନା ଆକ୍ରାନ୍ତ ଚିହ୍ନଟ

author img

By

Published : Dec 6, 2020, 10:11 PM IST

କଳାହାଣ୍ଡି ଜିଲ୍ଲାରେ ପୁଣି ୨୪ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଜି 24 କୋରୋନା ଆକ୍ରାନ୍ତ ଚିହ୍ନଟ
ଆଜି 24 କୋରୋନା ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲୋକାଲରେ ଆକ୍ରାନ୍ତଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି। ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।

ଆଜି 24 କୋରୋନା ଆକ୍ରାନ୍ତ ଚିହ୍ନଟ

ରବିବାର ଜିଲ୍ଲାରେ ପୁଣି ୨୪ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ପ୍ରଶାସନର ଶେଷ ସୂଚନା ଅନୁଯାୟୀ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାରରୁ ଊର୍ଦ୍ଧ୍ବକୁ ଟପିଛି ଏବଂ ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଓ 372 ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି ।

ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.