ETV Bharat / state

ଆଜି କଳାହାଣ୍ଡିରେ 25 ନୂଆ ଆକ୍ରାନ୍ତ ଚିହ୍ନଟ

author img

By

Published : Nov 15, 2020, 7:53 PM IST

କଳାହାଣ୍ଡିରେ ରବିବାର ପୁଣି 25 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲାରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଉଛି । ଅଧିକ ପଢନ୍ତୁ...

25 new corona positives detected in Kalahandi
ଆଜି କଳାହାଣ୍ଡିରେ 25 ନୂଆ ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା: ରବିବାର ଜିଲ୍ଲାରେ ପୁଣି ୨୫ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାରରୁ ଉର୍ଦ୍ଧ୍ବକୁ ପହଞ୍ଚିଛି । ତେବେ ଗତ କିଛି ଦିନ ମଧ୍ୟରେ ଜିଲ୍ଲାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଦେଖିବାକୁ ମିଳୁଛି ।

ଆଜି କଳାହାଣ୍ଡିରେ 25 ନୂଆ ଆକ୍ରାନ୍ତ ଚିହ୍ନଟ

ଜିଲ୍ଲାରେ ହୋମ କ୍ବାରେଣ୍ଟାଇନ ଅପେକ୍ଷା ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଉଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 5 ହଜାରରୁ ଉର୍ଦ୍ଧ୍ବକୁ ପହଞ୍ଚିଥିବା ବେଳେ 3 ହଜାର 146 ଜଣ ସୁସ୍ଥ ହୋଇଛନ୍ତି । ସେପଟେ 2 ହଜାର 654 ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନ ରହି ଚିକିତ୍ସିତ ହେଉଛନ୍ତି ।

ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି । ସ୍ଥାନୀୟ ସଂକ୍ରମଣ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ହୋଇପଡିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.