ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି କରୋନାର ଦ୍ୱିତୀୟ ଲହର । ଲୋକାଲରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଲାଣି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ । ବୁଧବାର ଜିଲ୍ଲାରେ ପୁଣି ୩୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗତ ତିନିଦିନ ମଧ୍ୟରେ ଆରଟିପିସିଆର ଟେଷ୍ଟରୁ ୨୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛି ।
କଳାହାଣ୍ଡିରେ ୩୦୫ କୋଭିଡ ଆକ୍ରାନ୍ତ ଚିହ୍ନଟ ସେପଟେ ସମସ୍ତ ଆକ୍ରାନ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି । ସମସ୍ତ ଆକ୍ରାନ୍ତ ବ୍ୟକ୍ତି କୋଭିଡ ହସ୍ପିଟାଲ ଓ ହୋମ କ୍ବାରେଣ୍ଟାଇନରେ ଚିକିତ୍ସିତ ହେଉଥିବା ଜଣାପଡିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରିବା ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛି । ସେପଟେ ଅମାନିଆଙ୍କ ଯୋଗୁଁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବୁଦ୍ଧିଜୀବୀ କହୁଥିବା ବେଳେ ଜିଲ୍ଲା ପୋଲିସ ପକ୍ଷରୁ ଲୋକଙ୍କୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନ କରିବା ସହ ଅମାନିଆଙ୍କ ଠାରୁ ଫାଇନ ଆଦାୟ କରାଯାଉଛି ।
କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ