ETV Bharat / state

କଳାହାଣ୍ଡିରେ ପୁଣି 33 ନୂଆ ଆକ୍ରାନ୍ତ ଚିହ୍ନଟ

author img

By

Published : Nov 14, 2020, 4:59 PM IST

ଜିଲ୍ଲାରେ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଶନିବାର ଜିଲ୍ଲାରୁ ନୂଆ 33 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

33 more corona positives detected in Kalahandi
କଳାହାଣ୍ଡିରେ ପୁଣି 33 ନୂଆ ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା: ଜିଲ୍ଲାରେ ଗତ କିଛି ଦିନ ହେବ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଶନିବାର ପୁଣି ଜିଲ୍ଲାରୁ ନୂଆ 33 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବାରୁ ସ୍ଥାନୀୟ ଲୋକମାନେ ଆତଙ୍କିତ ଥିବା ଜଣାପଡିଛି ।

କଳାହାଣ୍ଡିରେ ପୁଣି 33 ନୂଆ ଆକ୍ରାନ୍ତ ଚିହ୍ନଟ

ଶୁକ୍ରବାର ଜିଲ୍ଲାରେ ପୁଣି 30 ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 5 ହଜାରରୁ ଉର୍ଦ୍ଧ୍ବକୁ ପହଞ୍ଚିଛି ଏବଂ ଏମାନଙ୍କ ମଧ୍ୟରୁ 3 ହଜାର 146 ଜଣ ସୁସ୍ଥ ହୋଇଛନ୍ତି । 2 ହଜାର 604 ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସିତ ହେଉଛନ୍ତି।

ତେବେ ଜିଲ୍ଲାରେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ଅଧିକ ଥିବା ଦେଖିବାକୁ ମିଳୁଛି । ସ୍ଥାନୀୟ ଅଞ୍ଚଳରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୂଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି। ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ହୋଇପଡିଛନ୍ତି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.