ଭାବାନୀପାଟଣା : କଳାହାଣ୍ଡି ଜିଲ୍ଲାରେ ପୁଣି ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାରରୁ ଉର୍ଦ୍ଧ୍ବ ଟପିଲା । ଜିଲ୍ଲା ପ୍ରଶାସନ କୋରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା ଗ୍ରହଣ କରିଛି ।
ମଙ୍ଗଳବାର ଜିଲ୍ଲାରେ ପୁଣି ୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାରରୁ ଉର୍ଦ୍ଧ୍ବକୁ ପହଞ୍ଚିଛି । ଜିଲ୍ଲାରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୨ ହଜାର ୨୧୧ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ