ETV Bharat / state

କଳାହାଣ୍ଡିରେ କୋରୋନା କାୟା, ପୁଣି ୪୩ ଆକ୍ରାନ୍ତ ଚିହ୍ନଟ

author img

By

Published : Nov 6, 2020, 11:57 PM IST

43 new covid-19 positive cases reported in kalahandi
କଳାହାଣ୍ଡିରେ କୋରୋନା କାୟା, ପୁଣି ୪୩ ଆକ୍ରାନ୍ତ ଚିହ୍ନଟ

23:35 November 06

କଳାହାଣ୍ଡି: ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ଅଞ୍ଚଳରୁ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ମତ ପ୍ରକାଶ ପାଇଛି । ଫଳରେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି ।

ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ । ଶୁକ୍ରବାର ଜିଲ୍ଲାରୁ ପୁଣି ୪୩ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାରରୁ ଉର୍ଦ୍ଧ୍ବ ରହିଛି । ତେବେ ୩,୧୪୬ ଜଣ ସୁସ୍ଥ ହୋଇ ସାରିଥିବାବେଳେ, ୨,୩୨୭ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି ।

ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ବୁଲି ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.