ETV Bharat / state

କଳାହାଣ୍ଡିରୁ ପୁଣି ୪୭ ନୂଆ ଆକ୍ରାନ୍ତ ଚିହ୍ନଟ

author img

By

Published : Apr 4, 2021, 11:02 PM IST

କଳାହାଣ୍ଡିରେ ଚିନ୍ତା ବଢାଉଛି କୋରୋନା ସଂକ୍ରମଣ ସଂଖ୍ୟା । ଆତଙ୍କିତ ସ୍ଥାନୀୟ ଲୋକେ । ଅଧିକ ପଢନ୍ତୁ...

କଳାହାଣ୍ଡିରେ ପୁଣି ୪୭ ନୁଆଁ ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା: କଳାହାଣ୍ଡିରେ ଆରମ୍ଭ ହୋଇଛି କୋରୋନାର ଦ୍ୱିତୀୟ ଲହର । ସ୍ଥାନୀୟ ଅଞ୍ଚଳରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଲାଣି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ଅବସ୍ଥାରେ ଅଛନ୍ତି ।

କଳାହାଣ୍ଡିରୁ ପୁଣି ୪୭ ନୂଆ ଆକ୍ରାନ୍ତ ଚିହ୍ନଟ
ରବିବାର ଜିଲ୍ଲାରେ ପୁଣି ୪୭ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଏମାନଙ୍କ ମଧ୍ୟରୁ ଭବାନୀପାଟଣାରେ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ସେପଟେ ସମସ୍ତ ଆକ୍ରାନ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି । ସମସ୍ତ ଆକ୍ରାନ୍ତ ବ୍ୟକ୍ତିଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଉଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.