ETV Bharat / state

କଳାହାଣ୍ଡିରେ ପୁଣି ୪୭ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

author img

By

Published : Nov 8, 2020, 2:51 AM IST

Updated : Nov 8, 2020, 3:11 AM IST

47 New COVID-19 positive cases reported in kalahandi
କଳାହାଣ୍ଡିରେ ପୁଣି ୪୭ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

02:32 November 08

କଳାହାଣ୍ଡି: ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ଅଞ୍ଚଳରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନିପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ବୁଦ୍ଧିଜୀବୀ ଅନୁମାନ କରୁଛନ୍ତି ।

ତେବେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।

ଶନିବାର ଜିଲ୍ଲାରୁ ପୁଣି ୪୭ ଜଣ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଛି । ତେବେ ୩,୧୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୨,୩୭୪ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି ।

ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

Last Updated : Nov 8, 2020, 3:11 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.