କଳାହାଣ୍ଡି: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ । କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର କେନ୍ଦୁଘାଟିରେ ଏକ ବସ ଭାରସାମ୍ୟ ହରାଇ ଓଲଟି ପଡିଛି । ଫଳରେ 5 ଜଣ ଯାତ୍ରୀ ଆହତ ହୋଇଛନ୍ତି ।
ସୂଚନା ଅନୁଯାୟୀ, ଲାଞ୍ଜିଗଡରୁ କଟକ ଯାଉଥିବା ଏକ ବସ ଦ୍ରୁତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ କେନ୍ଦୁଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ଜଣେ ମହିଳା ଓ ଜଣେ ଯୁବକ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତେବେ ଦୁଇ ଗୁରୁତର ଯାତ୍ରୀ ଜଗତସିଂହପୁରର ବନୀତା ସାହୁ ଓ ଲାଞ୍ଜିଗଡର ଜିତୁ ହରିଜନ ବୋଲି ଜଣାପଡିଛି ।
ଏପଟେ ତିନି ଜଣ ଆହତଙ୍କୁ ମଦନପୁର ରାମପୁର ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ବସ ଡ୍ରାଇଭର ଓ ହେଲପର ଘଟଣାସ୍ଥଳରୁ ଫେରାର ଅଛନ୍ତି ।
କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ