କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲୋକାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୂଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।
କଳାହାଣ୍ଡିରେ ପୁଣି ୫୬ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ଗୁରୁବାର ଜିଲ୍ଲାରେ ପୁଣି ୫୬ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୯୦ କୁ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୧୨୦୬ ଜଣ ସୁସ୍ଥ ହୋଇଛନ୍ତି ଓ ୭୮୪ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟ କର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରହିଥିବା ବେଳେ ଆସନ୍ତା କାଲି ଠାରୁ ଦୁଇଦିନ ଧରି ଭବାନୀପାଟଣା ସହର ମଧ୍ୟରେ କରୋନା ସର୍ଭେ କରାଯିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ