ETV Bharat / state

କଳାହାଣ୍ଡିରୁ 58 ନୂଆ ଆକ୍ରାନ୍ତ ଚିହ୍ନଟ

author img

By

Published : Oct 27, 2020, 10:53 PM IST

ମଙ୍ଗଳବାର ଜିଲ୍ଲାରେ ୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 5 ହଜାର ପାର କରିଛି । ଅଧିକ ପଢନ୍ତୁ...

ପୁଣି କଳାହାଣ୍ଡିରୁ 58 ନୂଆ ଆକ୍ରାନ୍ତ ଚିହ୍ନଟ
ପୁଣି କଳାହାଣ୍ଡିରୁ 58 ନୂଆ ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା: ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ କଳାହାଣ୍ଡି ଜିଲ୍ଲାରେ ଥମିବାର ନାମ ନେଉନି ଆକ୍ରାନ୍ତଙ୍କ ସଂଖ୍ୟା । ମଙ୍ଗଳବାର ଜିଲ୍ଲାରେ ୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 5 ହଜାର ପାର କରିଛି ।

ପୁଣି କଳାହାଣ୍ଡିରୁ 58 ନୂଆ ଆକ୍ରାନ୍ତ ଚିହ୍ନଟ

ସ୍ଥାନୀୟ ଅଞ୍ଚଳରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।

ଏପଟେ ବର୍ତ୍ତମାନ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୪୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୧୯୧୪ ଆକ୍ରାନ୍ତ ଏବେବି ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀମାନେ ଲୋକଙ୍କ ଘରକୁ ଯାଇ କୋରୋନା ସର୍ଭେ ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.