ETV Bharat / state

କଳାହାଣ୍ଡିରୁ ୬୦ ନୂଆ ଆକ୍ରାନ୍ତ ଚିହ୍ନଟ - କଳାହାଣ୍ଡି

ଗୁରୁବାର କଳାହାଣ୍ଡି ଜିଲ୍ଲାରୁ ୬୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 5 ହଜାର ଟପିଛି । ଅଧିକ ପଢନ୍ତୁ...

ପୁଣି କଳାହାଣ୍ଡିରୁ ୬୦  ନୂଆ ଆକ୍ରାନ୍ତ ଚିହ୍ନଟ
ପୁଣି କଳାହାଣ୍ଡିରୁ ୬୦ ନୂଆ ଆକ୍ରାନ୍ତ ଚିହ୍ନଟ
author img

By

Published : Oct 29, 2020, 10:40 PM IST

ଭବାନୀପାଟଣା: ରାଜ୍ୟରେ ଦିନକୁ ଦିନ କୋରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ କଳାହାଣ୍ଡି ଜିଲ୍ଲାରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଏହି କ୍ରମରେ ଗୁରୁବାର ଜିଲ୍ଲାରୁ ୬୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 5 ହଜାର ଟପିଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ 2020 ଆକ୍ରାନ୍ତ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି ।

ପୁଣି କଳାହାଣ୍ଡିରୁ ୬୦ ନୂଆ ଆକ୍ରାନ୍ତ ଚିହ୍ନଟ

ତେବେ ସ୍ଥାନୀୟ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି। ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.