ETV Bharat / state

କଳାହାଣ୍ଡିରେ 700 ପାର କଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା - କଳାହାଣ୍ଡି

ଦିନକୁ ଦିନ କଳାହାଣ୍ଡି ଜିଲ୍ଲାରେ ଦ୍ରୁତ ଗତିରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହା ମଧ୍ୟରେ ଜିଲ୍ଲାରେ 700 ପାର କରିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

corona
କଳାହାଣ୍ଡିରେ 700 ପାର କଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା
author img

By

Published : Aug 14, 2020, 1:55 PM IST

ଭବାନୀପାଟଣା: ଦିନକୁ ଦିନ କଳାହାଣ୍ଡି ଜିଲ୍ଲାରେ ଦ୍ରୁତ ଗତିରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହା ମଧ୍ୟରେ ଜିଲ୍ଲାରେ 700 ପାର କରିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

ଏପଟେ ସ୍ଥାନୀୟ ଆକ୍ରାନ୍ତଙ୍କ ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହର ଜୁନଗଡ଼ ନର୍ଲା ଓ ଲାଞ୍ଜିଗଡ଼ ଅଞ୍ଚଳରେରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି। ଜିଲ୍ଲାରେ ୨ ଦିନରେ ୧୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ଜୁନାଗଡ଼ ସହରରୁ ୫୪, କଲମପୁରରୁ ୯ ଭବାନୀପାଟଣା ଅଞ୍ଚଳରୁ ୧୨, ଲାଞ୍ଜିଗଡ଼ରୁ ୨୧, କେସିଙ୍ଗାରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କଳାହାଣ୍ଡିରେ 700 ପାର କଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା

ସେହିପରି ନର୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜୟପାଟଣା ଓ କୋକସରାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ପୋଲିସ କର୍ମଚାରୀ ଥିବା ଜଣାପଡିଛି। ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ପ୍ରକ୍ରିୟା ଜାରି ରହିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୭୨୨ କୁ ବୃଦ୍ଧି ପାଇଛି।

722 ଆକ୍ରାନ୍ତଙ୍କ ମଧ୍ୟରୁ ୧୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୪୬ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.