ଭବାନୀପାଟଣା: ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା । ପୋଖରୀ ହୁଡାରୁ ଏକ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର କରାଯାଇଛି । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରରେ ।
ସୂଚନା ଅନୁଯାୟୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ପୋଖରୀ ହୁଡାରେ କେହି ଜଣେ ନବଜାତ ଶିଶୁଟିକୁ ଫିଙ୍ଗି ଦେଇଥିବା ଜଣାପଡିଛି। ଏନେଇ ନିକଟରେ ଥିବା ଟ୍ୟାକ୍ସି ଷ୍ଟାଣ୍ଡ କର୍ମଚାରୀ ଦେଖି ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ନବଜାତ ଶିଶୁଟିର ମୃତଦେହ ଉଦ୍ଧାର କରିଥିବାବେଳେ ଏନେଇ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଆରମ୍ଭ କରିଥିବା ପୋଲିସ ପ୍ରକାଶ କରିଛି ।
କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ