ଭବାନୀପାଟଣା: ଜିଲ୍ଲାରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଜିଲ୍ଲାରେ ପୁଣି ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାରରୁ ଊର୍ଦ୍ଧ୍ବରେ ପହଞ୍ଚିଛି।
ଆକ୍ରାନ୍ତଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨ ହଜାର ୯୨୧ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଥିବା ଜଣା ପଡିଛି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।
କଳାହାଣ୍ଡିରୁ ଅଜିତ କୁମାର ସିଂ , ଇଟିଭି ଭାରତ