ଭବାନୀପାଟଣା : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣା । ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ ଥିବା ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି । ସେପଟେ ଏହାକୁ ନେଇ ଆଜି (ଶନିବାର)କଳାହାଣ୍ଡି ଜିଲ୍ଲା ବିଜେପି ପକ୍ଷରୁ ଏସପିଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି ।
ବିଜେପି କାର୍ଯ୍ୟାଳୟ ଠାରୁ କୋକେଇ ଶୋଭାଯାତ୍ରାରେ ବାହାରି ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ବିଜେପି କର୍ମୀ ଓ ପୋଲିସ ମଧ୍ୟ ଧସ୍ତାଧସ୍ତି ହୋଇଥିବା ବେଳେ କିଛି ବିଜେପି କର୍ମୀ ଆହତ ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି ।
କଳାହାଣ୍ତିରୁ ଅଜିତ ସିଂ, ଇଟିଭି ଭାରତ