ଭବାନୀପାଟଣା: ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ମୁଖିଗୁଡା ଗ୍ରାମର ସମ୍ପଦ ଯୋଶୀ ନିକଟସ୍ଥ ଇନ୍ଦ୍ରାବତୀ ଦକ୍ଷିଣ କେନାଲକୁ ଗାଧୋଇବାକୁ ଯାଇଥିବା ସମୟରେ ପାଣିରେ ବୁଡି ନିଖୋଜ ହୋଇଯାଇଥିଲେ।
ସ୍ଥାନୀୟ ଲୋକେ ଏହା ଦେଖି ଜୟପାଟଣା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଜୟପାଟଣା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି। ସମ୍ପଦଙ୍କ ବୟସ 13 ବର୍ଷ ହୋଇଥିବା ବେଳେ ସେ ଭେଙ୍କଟଶ୍ବର ଇଂରାଜୀ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିଲେ।
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ